www.samajalive.in
Tuesday, December 9, 2025
15.1 C
Bhubaneswar

କୋଭିଡ ଟିକାକରଣ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ପ୍ରତିଷେଧକ ପ୍ରଦାନର ଅଗ୍ରଗତି ଓ ସ୍ଥିତି ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟଶାସନ ସଚିବ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମରେ ନିୟୋଜିତ ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ବୈଠକରେ ସ୍ୱାସ୍ଥ୍ୟ ସଚିବ ଗୋଟିଏ ଦିନରେ ଗତକାଲି ୨୦ଲକ୍ଷ ପ୍ରତିଷେଧକ ପ୍ରଦାନ କରାଯାଇଥିବା ଐତିହାସିକ ସଫଳତା ସଂପର୍କରେ ସୂଚନା ଦେଇଥିଲେ।

ସେ କହିଛନ୍ତି ଇତିମଧ୍ୟରେ ପ୍ରାୟ ଅଢ଼େଇ କୋଟି ଲୋକଙ୍କୁ ଟିକା ପ୍ରଦାନ କରାଯାଇ ସାରିଲାଣି। କୋଭିଡ ପ୍ରତିଷେଧକ ଟିକା ପ୍ରଦାନ କ୍ଷେତ୍ରରେ ବିଶ୍ୱରେ ଏହା ଭାରତର ଦ୍ରୁତତମ ସଫଳତା। ଡକ୍ଟର ମିଶ୍ର ଏଥିପାଇଁ ସମସ୍ତ କେନ୍ଦ୍ରୀୟ ଓ ରାଜ୍ୟସ୍ତରୀୟ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। କ୍ୟାବିନେଟ ସଚିବ ରାଜୀବ ଗୌବା ରାଜ୍ୟଗୁଡ଼ିକରେ ଦ୍ରୁତ ପ୍ରତିଷେଧକ ଟିକା ପ୍ରଦାନ କାର୍ଯ୍ୟକୁ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ଏଥିପାଇଁ ଆସନ୍ତା ୩ ମାସ ନିମନ୍ତେ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବାକୁ ସେ ରାଜ୍ୟଗୁଡ଼ିକୁ ଅନୁରୋଧ କରିଛନ୍ତି। ଏହି ବୈଠକରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ପର୍ଯ୍ୟାପ୍ତ ପରିମାଣର ପ୍ରତିଷେଧକ ଟିକା ମହଜୁଦ ଥିବା କୁହାଯାଇଛି। ଡକ୍ଟର ମିଶ୍ର ସମସ୍ତଙ୍କ ପାଇଁ ସୁରକ୍ଷିତ, ନିରାପଦ ଓ ଯୋଜନାବଦ୍ଧ ଟିକାକରଣ ସୁନିଶ୍ଚିତ କରିବାକୁ ବରିଷ୍ଠ ଅଧିକାରୀମାନଙ୍କୁ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories