www.samajalive.in
Tuesday, December 9, 2025
16.1 C
Bhubaneswar

ପୁଣି ଫେରିଲା ଲକଡ଼ାଉନ ; ସପ୍ତାହେ ଲାଗୁ ହେବ ନିୟମ, କେବଳ ଜରୁରୀ ସେବାକୁ ଅନୁମତି

ନାଗପୁର : ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଥିବାରୁ ପରିସ୍ଥିତି ଜଟିଳ ହେଉଥିବା  ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ପୁଣି ନାଗପୁରରେ ଏକ ସପ୍ତାହ ପାଇଁ ଲକଡ଼ାଉନ ନିୟମ ଲାଗୁ କରିଛନ୍ତି। ମାର୍ଚ୍ଚ ୧୫ ରୁ ୨୧ ଯାଏଁ ପୂରା ନାଗପୁରରେ ଲକଡ଼ାଉନ ନିୟମକୁ କଡାକଡି ଭାବେ ପାଳନ କରାଯିବ। ମାତ୍ର ଏହି ସମୟରେ ଜରୁରୀ ସେବା ଓ ସାମଗ୍ରୀ ଦୋକାନ ଗୁଡିକୁ ବନ୍ଦରୁ ବାଦ ଦିଆଯାଇଥିବା ବେଳେ ଅନ୍ୟ ଦୋକାନ ଗୁଡିକ ବନ୍ଦ ରହିବ। ପରିବାର , ଫଳ ଓ ଖିର ବୁଥ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ନାଗପୁରରୁ ବୁଧବାର ୧୭୧୦ ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଏହାସହ ପୂର୍ବରୁ ୧୪ ତାରିଖ ଯାଏଁ ସହରରେ ନାଇଟ କର୍ଫ୍ୟୁ ଲାଗୁ କରାଯାଇଥିଲା।
ଏହାସହ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୋଭିଡ-୧୯ ଭ୍ୟାକ୍ସିନର ପ୍ରଥମ ଡୋଜ ନେଇ ସାରିଛନ୍ତି।
ଆଗକୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ ଲକଡ଼ାଉନ ଲାଗୁ ହୋଇ ପାରେ ବୋଲି ମୁଖ୍ୟମନ୍ତ୍ରୀ ସଙ୍କେତ ଦେଇଛନ୍ତି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories