www.samajalive.in
Sunday, December 14, 2025
16.1 C
Bhubaneswar

୧୪ଟି ରାଜ୍ୟକୁ ରାଜସ୍ୱ କ୍ଷତି ଭରଣା କଲା କେନ୍ଦ୍ର

ଦେଶର ୧୪ଟି ରାଜ୍ୟର ରାଜସ୍ୱ କ୍ଷତି ଭରଣା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ୬ହଜାର ୧୯୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଅର୍ଥ କମିଶନଙ୍କ ଦ୍ୱାରା ନିର୍ଦ୍ଧାରିତ ଶତପ୍ରତିଶତ ସହାୟତା ପ୍ରଦାନ କରିବା ପ୍ରକ୍ରିୟା ଶେଷ ହୋଇଛି। କମିଶନଙ୍କ ନିର୍ଦ୍ଧାରିତ ସୀମା ଅନୁଯାୟୀ ୨୦୨୦-୨୧ ଆର୍ଥିକ ବର୍ଷ ନିମନ୍ତେ ଏହି ରାଜସ୍ୱ କ୍ଷତି ଭରଣା କରାଯାଇଛି।

ରାଜସ୍ୱ କ୍ଷତି ଭରଣା ସହାୟତା ପାଇବାକୁ ଥିବା ରାଜ୍ୟଗୁଡ଼ିକ ହେଉଛି, ଆନ୍ଧ୍ରପ୍ରଦେଶ, ଆସାମ, ହିମାଚଳ ପ୍ରଦେଶ, କେରଳ, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ପଞ୍ଜାବ, ସିକ୍କିମ୍‍, ତାମିଲନାଡୁ, ତ୍ରିପୁରା, ଉତ୍ତରାଖଣ୍ଡ ଏବଂ ପଶ୍ଚିମବଙ୍ଗ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories