www.samajalive.in
Sunday, December 14, 2025
26.1 C
Bhubaneswar

୬ଟି ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ

ଦେଶର ବିଭିନ୍ନ ଭାଗରେ ଉଭୟ କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ଦ୍ୱାରା ବହୁବିଧ ପଦକ୍ଷେପ ଗ୍ରହଣ ଯୋଗୁଁ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ୬ଟି ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ପରିଲକ୍ଷିତ ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, କର୍ଣ୍ଣାଟକ, ଗୁଜରାଟ ଏବଂ ତାମିଲନାଡୁରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି। ଏହି ୬ଟି ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ହଜାର ୬୩୩ଟି ନୂଆ ସଂକ୍ରମଣ ଚିହ୍ନଟ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଦେଶରେ ମୋଟ୍‍ କରୋନା ସଂକ୍ରମଣର ୮୫.୯୧ ପ୍ରତିଶତ ଏହି ୬ଟି ରାଜ୍ୟରୁ ଚିହ୍ନଟ କରାଯାଇଛି।

ମହାରାଷ୍ଟ୍ରରେ ୧୩ ହଜାର ୬୫୯ ନୂଆ ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ କେରଳରେ ୨ ହଜାର ୪୭୫ ଏବଂ ପଞ୍ଜାବରେ ୧ ହଜାର ୩୯୩ଟି ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ତେବେ ଦେଶରେ କରୋନା ନମୁନା ପରୀକ୍ଷା ୨୨କୋଟି ୪୨ଲକ୍ଷ ୫୮ ହଜାର ୨୯୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ୧୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ସଂକ୍ରମଣରେ କାହାର ମୃତ୍ୟୁ ହୋଇନଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories