www.samajalive.in
Saturday, December 13, 2025
26.1 C
Bhubaneswar

ଗାଜିଆବାଦର ଏକ କାରଖାନାରେ ଅଗ୍ନିକାଣ୍ଡ ; ୧୪ କର୍ମଚାରୀ ଆହତ

ଗାଜିଆବାଦ : ଉତ୍ତରପ୍ରଦେଶର ସାହିବାବାଦ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଏକ ଡାକ୍ତରୀ ସରଞ୍ଜାମ ଉତ୍ପାଦାନ କରୁଥିବା ଏକ କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୧୪ କର୍ମଚାରୀ ଆହତ ହୋଇଛନ୍ତି। ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କାହାରି ପ୍ରାଣହାନୀ ହୋଇ ନାହିଁ ବୋଲି ସୂଚନା ମିଳିଛି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଅଗ୍ନିକାଣ୍ଡର ଖବର ପାଇବା ମାତ୍ରେ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଆହତଙ୍କୁ ଉଦ୍ଧାର କରିଥିଲେ। ଏକାଧିକ ଆମ୍ବୁଲାନ୍ସ ମଧ୍ୟ ଘଟଣାସ୍ଥଳରେ ରହିଥିଲା। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

 

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories