www.samajalive.in
Saturday, December 13, 2025
26.1 C
Bhubaneswar

ଭାରତ ଆସିବେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ

ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୟର୍ଡ ଅଷ୍ଟିନ ଆସନ୍ତା ୧୯ ତାରିଖରେ ଭାରତ ଗସ୍ତରେ ଆସିବେ। ସେ ତାଙ୍କ ଗସ୍ତ କାଳରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟ ବରିଷ୍ଠ ନେତାମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଚାରି ଦିନିଆ ଗସ୍ତ କାଳରେ ଉଭୟ ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ଆହୁରି ମଜବୁତ କରିବା ଏବଂ ଆଞ୍ଚଳିକ ସୁରକ୍ଷା ଦିଗରେ ସୃଷ୍ଟି ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ବିଚାରବିମର୍ଶ କରାଯିବ।

ସେହିପରି ଉଭୟ ଦେଶ ମଧ୍ୟରେ ସୁରକ୍ଷା ସହଯୋଗ ସମେତ ପାରସ୍ପରିକ ସହଯୋଗ ଦୃଢୀଭୂତ କରିବା ପ୍ରସଙ୍ଗ ଆଲୋଚନାରେ ସ୍ଥାନ ପାଇବା ସମ୍ଭାବନା ରହିଛି। ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଅଷ୍ଟିନ୍‍ଙ୍କ ଏହା ପ୍ରଥମ ବିଦେଶ ଯାତ୍ରା ହୋଇଥିବାରୁ ଆଗାମୀ ଦିନରେ ଭାରତ ଆମେରିକା ରଣନୀତିକ ସମ୍ପର୍କ ଆହୁରି ସୁଦୃଢ ହେବାର ସୁଯୋଗ ସୃଷ୍ଟି ହେବ ବୋଲି ଅନୁମାନ କରାଯାଉଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories