ଶନିବାର ରାଶିଫଳ (୧୩/୦୩/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Mar 13, 2021 Share ମେଷ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବୃଷ: ଚେଷ୍ଟା ଫଳବତୀ ହେବ। ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକାରୀ ହେବେ। ସୁସ୍ଥ ଓ ନିରାମୟ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାରଙ୍କ ଉପରେ ସ୍ନେହଭାବ ରହିବ। ମିଥୁନ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବହୁ ସୁଖର ଅଧିକାରୀ ହୋଇପାରନ୍ତି। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କୃତୀ ପ୍ରତିଯୋଗୀ ହେବେ। କର୍କଟ: ସୁଖ ପାଇବା କଷ୍ଟସାଧ୍ୟ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ। ସିଂହ: ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ମନରେ ଅହଂଭାବ ପୋଷଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। କନ୍ୟା: କ୍ରୋଧିତ ହୋଇ ଶତ୍ରୁ ଉପରେ ଆକ୍ରମଣ କରିବେ ଓ ବିଜୟୀ ହୋଇ ମାନସିକ ଶାନ୍ତି ଫେରି ପାଇବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ରହିବେ। ବଳିଷ୍ଠ ହେବେ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ। ଚାକିରିରେ ସୁନାମ ଅର୍ଜନ କରିବେ। Related Posts ପତ୍ନୀହନ୍ତାକୁ ୧୦ ବର୍ଷ ଜେଲ୍, ଶ୍ଵଶୂର… Apr 30, 2024 ଏନକାଉଣ୍ଟରରେ ୭ ମାଓବାଦୀ ନିପାତ Apr 30, 2024 ତୁଳା: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ। ବିଛା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଲାଭ ପାଇବେ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଧନୁ: କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃସ୍ନେହୀ ହେବେ। ମକର: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଠାରୁ ସାହାଯ୍ୟ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ। କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଚିନ୍ତାଶୀଳ ହୋଇପାରନ୍ତି। ମୀନ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳା ସ୍ଥାନରେ କିଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। Horscope 13 03 2021odia news Share FacebookTwitterWhatsApp
Comments are closed.