www.samajalive.in
Monday, December 15, 2025
16.1 C
Bhubaneswar

ବିଧାନସଭାରେ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା: ଗୃହ ଅଚଳ, ସୋମବାର ପର୍ଯ୍ୟନ୍ତ ମୁଲତବି

ଭୁବନେଶ୍ବର: ଆଜି ବିଧାନସଭାରେ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା। ଫଳରେ ଗୃହ ଅଚଳ ହୋଇଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବି ଘୋଷଣା ହୋଇଥିଲା। ତେବେ ହଟ୍ଟଗୋଳ ଭିତରେ ୮ଟି ବିଲ୍ ଉପସ୍ଥାପନ କରାଯାଇଥିଲା।
ଆଜି ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଓ ହଟ୍ଟଗୋଳ ଭିତରେ ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଅପରାହ୍ଣ ୪ଟା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଏହି ସମୟରେ ୮ଟି ବିଲ୍ ଉପସ୍ଥାପନ ହୋଇଥିଲା। ତେବେ ଗୃହରେ ଉଭୟ ଶାସକ ଏବଂ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ତେଣୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ସୋମବାର ଯାଏଁ ମୁଲତବୀ ଘୋଷଣା କରିଥିଲେ।
ଆଜି ପୂର୍ବାହ୍ନ ସାଢେ ୧୧ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଉଭୟ ଶାସକ ଓ ବିରୋଧୀ ପୁଣି ଗୃହରେ ହଙ୍ଗାମା କରିଥିଲେ। ଫଳରେ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ପ୍ରଥମଥର ପାଇଁ ଶାସକ ଦଳର ସଭ୍ୟମାନେ ଗୃହର ମଧ୍ୟ ଭାଗକୁ ଆସି ହଙ୍ଗାମା କରିଥିଲେ। ଗତକାଲି ବିଧାନସଭାରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ।

ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ବିଜେଡି ବିଧାୟକମାନେ ପ୍ରଥମେ ନିଜ ନିଜ ଆସନରେ ବସି ପାଟିତୁଣ୍ଡ କରିଥିଲେ। ଏହାପରେ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଙ୍ଗାମା କରଥିଲେ। ବିରୋଧୀ ଦଳର ସଦସ୍ୟଙ୍କ ଏଭଳି ଆଚରଣ ଗୃହର ମର୍ଯ୍ୟାଦା ଭଙ୍ଗ କରିଛି ବୋଲି ଶାସକ ଦଳର ସଭ୍ୟମାନେ ଅଭିଯୋଗ ଆଣିଛନ୍ତି। ଅପରପକ୍ଷରେ ପୁଣି ମଣ୍ଡି ଓ ଚାଷୀ ପ୍ରସଙ୍ଗ ଉଠାଇ ବିଜେପି ଓ କଂଗ୍ରେସ ସଦସ୍ୟ ମଧ୍ୟ ଗୃହ ଭିତରେ ପ୍ରବଳ ପାଟିତୁଣ୍ଡ କରିଥିଲେ । ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଫଳରେ ଗୃହ ବାରମ୍ବାର ମୁଲତବୀ ଯୋଗୁଁ ଚାଲିପାରିନଥିଲା।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories