www.samajalive.in
Wednesday, December 10, 2025
26.1 C
Bhubaneswar

ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ ଓ ପୁଡୁଚେରୀରେ ନିର୍ବାଚନ ପ୍ରସ୍ତୁତି ଜୋରଦାର

ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଦୁଇଟି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଗତକାଲି ଥିଲା ଶେଷ ଦିବସ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇଛି। ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଆସାମର ୪୭ଟି ଓ ପଶ୍ଚିମବଙ୍ଗର ୩୦ଟି ବିଧାନସଭା ଆସନ ଲାଗି ମତଦାନ ଅନୁଷ୍ଠିତ ହେବ। ଆସନ୍ତା ମାସ ୧ ତାରିଖ ଦିନ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଆସାମର ୩୯ଟି ଓ ପଶ୍ଚିମବଙ୍ଗର ୩୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ତାମିଲନାଡୁରେ ମଧ୍ୟ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟରେ ବିରୋଧୀ ଡି.ଏମ୍‍.କେ. ପକ୍ଷରୁ ଆଜି ଚେନ୍ନାଇଠାରେ ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ ୫୦୦ ଘୋଷଣା କରାଯାଇଛି।

Hot this week

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

Related Articles

Popular Categories