www.samajalive.in
Saturday, December 13, 2025
23.1 C
Bhubaneswar

୫ ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ, ୧୬ ରାଜ୍ୟରେ ମୃତ୍ୟୁ ଶୂନ୍ୟ

ଦେଶର ୫ଟି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସେହି ରାଜ୍ୟଗୁଡ଼ିକ ହେଉଛି – ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ତାମିଲନାଡ଼ୁ ଓ ଗୁଜୁରାଟ୍‍। ଦେଶର ମୋଟ୍‍ ସଂକ୍ରମଣର ୭୮.୪୧ ପ୍ରତିଶତ ଏହି ୫ଟି ରାଜ୍ୟରୁ ଚିହ୍ନଟ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦ ହଜାର ୬୧୫ଟି ନୂଆ ସଂକ୍ରମଣ ଏହି ରାଜ୍ୟଗୁଡ଼ିକରୁ ରିପୋର୍ଟ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ସେଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୧୬ ହଜାର ୬୨୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପଞ୍ଜାବରେ ୧୪ ଶହ ୯୨, କର୍ଣ୍ଣାଟକରେ ୯୩୪, ଗୁଜୁରାଟରେ ୮୧୦ ଏବଂ ତାମିଲନାଡ଼ୁରେ ୭୫୯ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟ ପକ୍ଷରେ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ବି କରୋନା ଜନିତ ମୃତ୍ୟୁ ହୋଇ ନ ଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ସେହି ଅଂଚଳଗୁଡିକ ହେଉଛି ଆସାମ, ଚଣ୍ଡୀଗଡ଼, ଜାମ୍ମୁ କାଶ୍ମୀର, ଓଡିଶା, ଝାଡ଼ଖଣ୍ଡ, ଲାକ୍ଷାଦ୍ଵୀପ, ଶିକ୍କିମ, ଲଦାଖ, ମଣିପୁର, ଦ୍ରାଦ୍ରା ଓ ନଗର ହାଭେଳି, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ତ୍ରିପୁରା, ଆଣ୍ଡାମାନ ନିକୋବର ଏବଂ ଅରୁଣାଚଳ ପ୍ରଦେଶ।

Hot this week

କଲକାତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories