www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୦ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୫୭୩୦କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୭୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୫୭୩୦କୁ ବୃଦ୍ଧି ପାଇଛି। ସମ୍ବଲପୁରରୁ ୧୧, ବାଲେଶ୍ବର ୭, ଝାରସୁଗୁଡ଼ା ୭, ସୁନ୍ଦରଗଡ଼ ୭, ଖୋର୍ଦ୍ଧା ୬, ଅନୁଗୁଳ ୪, ଯାଜପୁର ୪, କଟକ ୩, ଢେଙ୍କାନାଳ ୩, ନୟାଗଡ଼ ୩, ଗଞ୍ଜାମ ୨, ଜଗତସିଂହପୁର ୨, ନବରଙ୍ଗପୁର ୨, ପୁରୀ ୨ ଓ ଷ୍ଟେଟ୍‌ପୁଲ ୨ ସମେତ ବରଗଡ଼, ଭଦ୍ରକ, ଗଜପତି, କୋରାପୁଟ, ସୋନପୁର ଆଦି ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୬,୪୨,୧୨୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୮,୨୫୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୩୫, ୬୬୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୨୭ ରହିଛି । ୬୨୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories