www.samajalive.in
Tuesday, December 9, 2025
23.1 C
Bhubaneswar

ମାସ୍କ ଓ ପିପିଇ କିଟ୍‌ ଦୁର୍ନୀତି ମାମଲା: ରିପୋର୍ଟ ଦେଲା ଭିଜିଲାନ୍ସ, ୨୬ରେ ଶୁଣାଣି

ଭୁବନେଶ୍ଵର: ରାଜ୍ୟରେ କରୋନା ମହାମାରୀ ସମୟରେ ମାସ୍କ ଏବଂ ପିପିଇ କିଟ୍‌ କିଣାରେ ବଡ଼ ଧରଣର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଭିଜିଲାନ୍ସ ବିଭାଗ ଲୋକାୟୁକ୍ତଙ୍କ ନିକଟରେ ରିପୋର୍ଟ ଦାଖଲ କରିଛି। ଆସନ୍ତା ୨୬ ତାରିଖରେ ଲୋକାୟୁକ୍ତଙ୍କ ୩ ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି କରାଯିବ। ଅଭିଯୋଗକାରୀ ସୁଶାନ୍ତ ପାଢ଼ୀ ଏବଂ ସୁଦର୍ଶନ ଦାସଙ୍କ ପକ୍ଷରୁ ଏ ନେଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, କରୋନା ମହାମାରୀ ସମୟରେ ବାହାର ରାଜ୍ୟରୁ ରାଜ୍ୟ ସରକାର ମାସ୍କ ଏବଂ ପିପିଇ କିଟ୍‌ କିଣିଥିଲେ। ମାତ୍ର ଏଥିରେ ଦୁର୍ନୀତି ହୋଇଥିବା ଏବଂ ରାଜ୍ୟ ସରକାରଙ୍କ କିଛି ଅଧିକାରୀ ଏହି ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ସୁଶାନ୍ତ ପାଢ଼ୀ ଏବଂ ସୁଦର୍ଶନ ଦାସଙ୍କ ପକ୍ଷରୁ ଏ ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏହା ପରେ ଅଭିଯୋଗର ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ଲୋକାୟୁକ୍ତ ରାଜ୍ୟ ଭିଜିଲାନ୍ସ ବିଭାଗକୁ ନିର୍ଦେଶ ଦେଇଥିଲେ। ତଦନୁଯାୟୀ ଭିଜିଲାନ୍ସ ପକ୍ଷରୁ ଲୋକାୟୁକ୍ତଙ୍କ ନିକଟରେ ପ୍ରାଥମିକ ରିପୋର୍ଟ ଦାଖଲ କରାଯାଇଛି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories