www.samajalive.in
Monday, December 8, 2025
24.1 C
Bhubaneswar

ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ

ପାରମ୍ପାରିକ ଗାମୁଛା ଦେଇ ଔପଚାରିକ ଭାବେ ରାଷ୍ଟ୍ରପତିଙ୍କୁ ଓଡିଶା ଗସ୍ତ ପାଇଁ ନିମନ୍ତ୍ରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଥିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ରାଷ୍ଟ୍ରପତି ଭବନ ଠାରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କୁ ସାକ୍ଷାତ୍ କରିବା ସହ ପାରମ୍ପାରିକ ଗାମୁଛା ଦେଇ ଔପଚାରିକ ଭାବେ ଓଡିଶା ଗସ୍ତ ପାଇଁ ନିମନ୍ତ୍ରଣ କରିଛନ୍ତି।

ଆସନ୍ତା ମାର୍ଚ୍ଚ ୨୧ ଓ ୨୨ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ରାଉରକେଲା ସ୍ଥିତ ରାଉରକେଲା ଇସ୍ପାତ କରଖାନା ଦ୍ୱାରା ପରିଚାଳିତ ଇସ୍ପାତ ଜେନେରାଲ ହସ୍ପିଟାଲ(ଆଇଜିଏଚ) ଉଦ୍ଘାଟନ କରିବା ସହ ଏକାଧିକ କର୍ଯ୍ୟକ୍ରମରେ ଯୋଗଦେବା ନେଇ ଟ୍ୱିଟ୍ କରି ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।
ଏହି ପରିପ୍ରେକ୍ଷୀରେ ଶ୍ରୀ ପ୍ରଧାନ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିବା ସହ ଔପଚାରିକ ଭାବେ ଓଡିଶା ଗସ୍ତ ପାଇଁ ନିମନ୍ତ୍ରଣ କରିଛନ୍ତି। ଏହି ସାକ୍ଷାତ୍ କାଳରେ ଶ୍ରୀ ପ୍ରଧାନ ମାନ୍ୟବର ରାଷ୍ଟ୍ରପତିଙ୍କୁ ଅନୁଗୁଳ ଜିଲା ଆଠମଲ୍ଲିକର ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପାରିକ ହାତବୁଣା ଗାମୁଛା ଉପହାର ଦେଇଥିଲେ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories