www.samajalive.in
Sunday, December 7, 2025
16.1 C
Bhubaneswar

ଏପ୍ରିଲ ୨ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଆସନ୍ତା ଏପ୍ରିଲ ୨ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଏମ୍‌.ଭେଙ୍କେୟା ନାଇଡୁ। ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଥିବା ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ କୁହାଯାଇଛି।

ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ପଦାଧିକାରୀଙ୍କୁ ନେଇ ଉପରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବାକୁ ତୁହାକୁ ତୁହା ବୈଠକ କରାଯାଉଛି। ଉପରାଷ୍ଟ୍ରପତିଙ୍କ ସହ ବିଶ୍ବବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

- Advertisement -

ଏପ୍ରିଲ ୨ରେ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ପ୍ରାୟ ୧୮୦ ଜଣଙ୍କୁ ପିଏଚ୍‌ଡି, ଡିଲିଇଟ ଭଳି ବିଭିନ୍ନ ଉପାଧି ପ୍ରଦାନ କରାଯିବ। ଏଥିସହ ସବୁ ବିଭାଗର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମର ଶ୍ରେଷ୍ଠ ବିଦ୍ୟାର୍ଥୀଙ୍କୁ ଗୋଲ୍ଡ ମେଡାଲ(ସ୍ବର୍ଣ୍ଣପଦକ) ପ୍ରଦାନ କରାଯିବ। ୨୦୧୯ ଓ ୨୦୨୦ର ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଉପାଧି ପ୍ରଦାନ କରାଯିବ। ଖୁବ୍‌ଶୀଘ୍ର ବିଶ୍ବବିଦ୍ୟାଳୟ ପକ୍ଷରୁ ଉପରାଷ୍ଟ୍ରପତିଙ୍କ ଗସ୍ତ ସମ୍ବନ୍ଧରେ ସବିଶେଷ ତଥ୍ୟ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories