www.samajalive.in
Saturday, December 13, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ବସିଲା ସର୍ବଦଳୀୟ ବୈଠକ, ସ୍ବାଭାବିକ ହେବ ବିଧାନସଭା, ଉତ୍ତର ରଖିବେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ଅଚଳ ପ୍ରସଙ୍ଗରେ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ବସିଥିବା ସର୍ବଦଳୀୟ ବୈଠକ ସଫଳ ହୋଇଛି। ଆସନ୍ତାକାଲିଠାରୁ ବିଧାନସଭା ଚାଲିବ ଏବଂ ଆସନ୍ତାକାଲି ପୂର୍ବାହ୍ନ ୧୧.୩୦ରେ ଧାନକିଣା ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉତ୍ତର ରଖିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ରଖିବା ନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ ସ୍ବାଧୀକାର କମିଟିକୁ ଯିବ। ସରକାରୀ ଦଳ ଆଣୁଥିବା ଅଭିଯୋଗ ଗୃହରେ ଉପସ୍ଥାପନ ହେବନାହିଁ ବୋଲି ସର୍ବଦଳୀୟ ବୈଠକ ଶେଷରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ଫଳରେ ଆସନ୍ତାକାଲିଠାରୁ ସ୍ବାଭାବିକ ହେବ ବିଧାନସଭା ଓ ସୁରୁଖୁରୁରେ ଗୃହ କାର୍ଯ୍ୟ ଚାଲିବ। ଏହାଦ୍ବାରା ଦୀର୍ଘ ୬ ଦିନ ଧରି ଗୃହରେ ଦେଖାଦେଇଥିବା ଅଚଳାବସ୍ଥା ଦୂର ହୋଇଛି ଏବଂ ସର୍ବଦଳୀୟ ବୈଠକରେ ପରେ ଗୃହ କାର୍ଯ୍ୟ ସ୍ୱାଭାବିକ ହୋଇଛି। ସର୍ବଦଳୀୟ ବୈଠକ ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଆସନ୍ତାକାଲି ଯାଏ ମୁଲତବି ରଖିଛନ୍ତି । ଅନ୍ୟପକ୍ଷରେ ଦେବଗଡ଼ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ବିଧାନସଭା ଭିତରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ବିରୋଧରେ ବିଜେଡି ଆଣିଥିବା ଅଭିଯୋଗ ସ୍ୱାଧିକାର କମିଟିକୁ ପଠାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories