www.samajalive.in
Tuesday, December 9, 2025
17.1 C
Bhubaneswar

ମାହାଙ୍ଗା ଡବଲ ମର୍ଡର ଘଟଣା, ମନ୍ତ୍ରୀ ପ୍ରତାପଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ କଂଗ୍ରେସ କର୍ମୀ-ପୁଲିସ୍‍ ମୁହାଁମୁହିଁ

ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଅଭିଯୋଗରେ ଆଜି ଯୁବ କଂଗ୍ରେସ ପକ୍ଷରୁ ମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ କରାଯାଇଥିଲା। ମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ବାଇକ୍‍ ରାଲିରେ ଯାଉଥିବା ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କର୍ମୀଙ୍କୁ ପୁଲିସ ଶିଶୁଭବନ ଛକରେ ଅଟକାଇବା ପରେ କଂଗ୍ରେସ କର୍ମୀ ଓ ପୁଲିସ୍‍ ମୁହାଁମୁହିଁ ହୋଇଥିଲେ। ଘଟଣାସ୍ଥଳରୁ ପୁଲିସ କିଛି କଂଗ୍ରେସ କର୍ମୀଙ୍କୁ ଅଟକ ରଖିଥିବା ଜଣାପଡିଛି।

ଅନ୍ୟ ପକ୍ଷରେ ଶିଶୁଭବନ ଛକ ଠାରେ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତଳିକା ଦାହ କରାଯାଇଥିଲା। ଏ ନେଇ ଭୁବନେଶ୍ୱର ଜିଲ୍ଲା ଯୁବ କଂଗ୍ରେସ ସଭାପତି କହିଛନ୍ତି ଯେ ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନା ହେଉଛନ୍ତି ମୁଖ୍ୟ ଷଡଯନ୍ତ୍ରକାରୀ। ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ପ୍ରତାପଙ୍କୁ ଘଂଟ ଘୋଡାଉଥିବା ସେ ଅଭିଯୋଗ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories