www.samajalive.in
Monday, December 8, 2025
13.1 C
Bhubaneswar

ରାଉରକେଲାରେ ରାଷ୍ଟ୍ରପତି

ରାଉରକେଲା: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏଠାରେ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ। ରବିବାର ପୂର୍ବାହ୍ନରେ ଭୁବନେଶ୍ଵର ବିମାନବନ୍ଦରରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଉରକେଲା ଅଭିମୁଖେ ବାହାରିଥିଲେ।

ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି। ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାରିବା ପରେ ସେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।

- Advertisement -

ସୋମବାର ସକାଳେ ରାଷ୍ଟ୍ରପତି ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ୟନ୍ତ ଅଧଘଣ୍ଟା କୋଣାର୍କ ସୂର୍ଯ୍ୟମନ୍ଦିର ବୁଲି ଦେଖିବେ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Hot this week

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

Related Articles

Popular Categories