www.samajalive.in
Sunday, December 7, 2025
26.1 C
Bhubaneswar

ଡମ୍ପର ଧକ୍କାରେ ବୃଦ୍ଧ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

ବାଲେଶ୍ବର: ବାଲେଶ୍ଵର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ନୂଆଁ ନଈ ପୋଲ ନିକଟରେ ରବିବାର ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ସକାଳ ସାଢେ଼ ୯ଟା ବେଳେ ବାଲେଶ୍ଵର ସୁନ ହଟ ଅଞ୍ଚଳର ମହେନ୍ଦ୍ର ଦାସ ନୂଆଁନଈ ପୋଲ ନିକଟରୁ ଘରକୁ ଫେରୁଥିବା ବେଳେ ଚାନ୍ଦିପୁର ଆଡୁ ଦ୍ରୁତ ବେଗରେ ଯାଉଥିବା ଏକ ଡମ୍ପର ତାଙ୍କ ସାଇକେଲକୁ ଧକ୍କା ଦେଇଥିଲା। ଯାହା ଫଳରେ ୮୦ ବର୍ଷୀୟ ମେହେନ୍ଦ୍ର ଦାସଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଫଳରେ ସ୍ଥାନୀୟ ଲୋକମାନେ ମୃତଦେହକୁ ରାସ୍ତାରେ ରଖି କ୍ଷତିପୂରଣ ଦାବୀ କରିଛନ୍ତି। ଅନ୍ୟପଟେ ଚାନ୍ଦିପୁର ପୁଲିସ ଉତ୍ତେଜନା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories