www.samajalive.in
Sunday, December 7, 2025
13.1 C
Bhubaneswar

ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍‌, ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୪୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮୭ ଜଣ କ୍ୱାରେଣ୍ଟାଇନରୁ ଏବଂ ୫୯ ସ୍ଥାନୀୟ ସଂକ୍ରମଣ ମାମଲା ରହିଛି। ୧୪୬ ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୯୬୩ରେ ପହଞ୍ଚଛି। ସେମାନଙ୍କ ମଧ୍ୟରୁ ୩,୩୬,୧୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୬୭ ଜଣ ଚିକିତ୍ସାଧୀନ ଅଛନ୍ତି।

- Advertisement -

ସୋମବାର ହସ୍ତଗତ ହୋଇଥିବା ରିପୋର୍ଟ ଅନୁଯାୟୀ, ୧୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୪, ବରଗଡ଼ରୁ ୩, ବଲାଙ୍ଗୀରରୁ ୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨, ପୁରୀରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ଚିହ୍ନଟ ହୋଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories