www.samajalive.in
Sunday, December 14, 2025
26.1 C
Bhubaneswar

ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା

ନୂଆଦିଲ୍ଲୀ: କରୋନା ଟିକାକୁ ନେଇ କେନ୍ଦ୍ର ସରକାର ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଆସନ୍ତା ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କ ଟିକା ନେଇପାରିବେ ବୋଲି କେନ୍ଦ୍ର କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି।

କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଏକ ସାମ୍ବାଦିକ ସମ୍ମିଳନୀରେ ଏ ନେଇ ଘୋଷଣା କରି କହିଛନ୍ତି ଯେ, ଲୋକମାନଙ୍କୁ କେବଳ ପଞ୍ଜୀକରଣ କରିବାକୁ ପଡ଼ିବ ଏବଂ ସହଜରେ ସରକାରୀ କିମ୍ବା ଘରୋଇ ଟିକାକରଣ କେନ୍ଦ୍ରରେ ଟିକା ନେଇପାରିବେ। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଦେଶରେ ସ୍ବାସ୍ଥ୍ୟକର୍ମୀ, କରୋନା ଯୋଦ୍ଧାଙ୍କ ସହିତ ୬୦ ବର୍ଷରୁ ଅଧିକ ବୟସ୍କ ଏବଂ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଭୋଗୁଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯାଉଥିଲା।

- Advertisement -

ସାମ୍ବାଦିକ ସମ୍ମିଳନୀରେ ଜାଭଡେକର କହିଛନ୍ତି, ଦେଶରେ ଏପର୍ଯ୍ୟନ୍ତ ୪ କୋଟି ୮୫ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇ ସାରିଛି। ଏହା ସହିତ ୮୦ ଲକ୍ଷ ଲୋକଙ୍କୁ ୨ୟ ଡୋଜ ଟିକା ଦିଆଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories