www.samajalive.in
Thursday, December 11, 2025
15.1 C
Bhubaneswar

ପରମବୀରଙ୍କ ପିଟିଶନ ଖାରଜ କଲେ ସୁପ୍ରିମକୋର୍ଟ; କହିଲେ- ଅଭିଯୋଗ ଗୁରୁତର, ପ୍ରଥମେ ହାଇକୋର୍ଟ ଯାଅ

ମୁମ୍ବଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଥିବା ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୃହମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ କରିବା ପରେ ପରମବୀରଙ୍କୁ ବଦଳି କରାଯାଇଥିବାରୁ ଏହା ବିରୋଧରେ ସେ ସୁପ୍ରିମକୋର୍ଟରେ ପିଟିଶନ ଦାୟର କରି ପୂରା ମାମଲାର ସିବିଆଇ ତଦନ୍ତ ପାଇଁ ନିର୍ଦେଶ ଦେବାକୁ ଅନୁରୋଧ କରିଥିଲେ। ବୁଧବାର ସୁପ୍ରିମକୋର୍ଟ ପିଟିଶନର ଶୁଣାଣି କରି ତାହାକୁ ଖାରଜ କରିଦେଇଛନ୍ତି।

ଆଣ୍ଟିଲିଆ ମାମଲାରେ ଗିରଫ ହୋଇଥିବା ମୁମ୍ବଇ ପୁଲିସର ବରିଷ୍ଠ ଅଧିକାରୀ ସଚିନ ୱାଜେଙ୍କୁ ଗୃହମନ୍ତ୍ରୀ ଅନିଲ ଦେଶମୁଖ ମାସିକ ୧୦୦ କୋଟି ଟଙ୍କା ବଟି ଆଦାୟ କରିବାକୁ କହିଥିଲେ ବୋଲି ପରମବୀର ମୁଖ୍ୟମନ୍ତ୍ରୀଙ୍କୁ ଚିଠି​‌ ଲେଖି ଅଭିଯୋଗ କରିଥିଲେ। ଏହା ପରେ ତାଙ୍କୁ ହୋମଗାର୍ଡ ବିଭାଗକୁ ବଦଳି କରିଦିଆଯାଇଥିଲା। ଏହାକୁ ନେଇ ସେ ଗତ ୨୨ ତାରିଖରେ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରି ସମସ୍ତ ଅଭିଯୋଗର ସିବିଆଇ ତଦନ୍ତ ପାଇଁ ନିର୍ଦେଶ ଦେବାକୁ ଅନୁରୋଧ କରିଥିଲେ।

- Advertisement -

ତେବେ ସୁପ୍ରିମକୋର୍ଟ ଶୁଣାଣି ସମୟରେ କହିଛନ୍ତି, ଏହି ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ପ୍ରଥମେ ଏ ନେଇ ହାଇକୋର୍ଟରେ ପିଟିଶନ ଦାଖଲ କରିବାକୁ ସୁପ୍ରିମକୋର୍ଟ ଆବେଦନକାରୀଙ୍କୁ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories