www.samajalive.in
Friday, December 12, 2025
27.1 C
Bhubaneswar

ଆଗକୁ ବିଧାନସଭା ନିର୍ବାଚନ, ୧୪ ଦିନ ପୂର୍ବରୁ ସରିଲା ଲୋକସଭା

ଚାରିଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ରଶାସିତ ଅଂଚଳର ବିଧାନସଭା ନିର୍ବାଚନ ପୂର୍ବରୁ ଆଜି ଲୋକସଭାକୁ ଅନିର୍ଦ୍ଧିଷ୍ଟ କଲା ଯାଏଁ ମୁଲତବୀ ଘୋଷଣା କରାଯାଇଛି। ମାର୍ଚ୍ଚ ୮ରୁ ଆରମ୍ଭ ହୋଇଥିବା ବଜେଟ୍ ଅଧିବେଶନର ଦ୍ୱିତୀୟ ଭାଗ ଏପ୍ରିଲ୍ ୮ରେ ଶେଷ ହେବାର ଥିଲା।

ଆଜି ଲୋକସଭାରେ ବହୁ ଦଳର ସାଂସଦ ସେମାନଙ୍କ ଦଳ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଏବଂ ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁଙ୍କ ନିକଟକୁ ଯାଇ ଏହି ଅଧିବେଶନକୁ ବନ୍ଦ କରିବାକୁ ଅନୁରୋଧ କରିଥିଲେ। ତୃଣମୂଳ କଂଗ୍ରେସ ନେତା ସୁଦୀପ ବନ୍ଦୋପାଧ୍ୟାୟ ଏବଂ ଡେରେକ ଓ’ବ୍ରାଇନ୍ ଲୋକସଭା ବାଚସ୍ପତି ଏବଂ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖି ଚଳିତ ଅଧିବେଶନ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ।

- Advertisement -

ବଜେଟ୍ ଅଧିବେଶନର ପ୍ରଥମ ଭାଗ ଜାନୁଆରୀ ୨୯ରେ ଆରମ୍ଭ ହୋଇ ଫେବୃଆରୀ ୨୯ରେ ଶେଷ ହୋଇଥିଲା। ମାର୍ଚ୍ଚ ୨୭ରୁ ଏପ୍ରିଲ ୨୯ ପର୍ଯ୍ୟନ୍ତ ତାମିଲନାଡୁ, ପଶ୍ଚିମବଙ୍ଗ, କେରଳ, ଆସାମ ଏବଂ ପୁଡୁଚେରୀରେ ନିର୍ବାଚନ ଅନୁଷ୍ଠିତ ହେବ।

Hot this week

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

Related Articles

Popular Categories