www.samajalive.in
Friday, December 5, 2025
20.1 C
Bhubaneswar

ବ୍ରାହ୍ମଣପଡ଼ା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‍ ଘୋଷଣା କଲା ପ୍ରଶାସନ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍‍ ଅନ୍ତର୍ଗତ ବ୍ରାହ୍ମଣପଡ଼ା ଗ୍ରାମରୁ ୨୯ ଜଣ ନୂଆ କରୋନା ପଜିଟିଭ୍‍ ଚିହ୍ନଟ ହେବା ପରେ ନୂଆପଡ଼ା ଜିଲ୍ଲା ପ୍ରଶାସନ ଏହି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‍ ଘୋଷଣା କରିଛନ୍ତି। ଗ୍ରାମର ଚତୁଃପାର୍ଶ୍ବକୁ ସିଲ୍‍ କରାଯାଇଥିବା ବେଳେ ବାହାର ଗ୍ରାମର ଲୋକଙ୍କୁ ଏହି ଗ୍ରାମକୁ ଆସିବାକୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଏହି ଗ୍ରାମର ଲୋକ ମଧ୍ୟ ବାହାର ଗ୍ରାମକୁ ଯାଇପାରିବେ ନାହିଁ। କାରଣ ତାହା ଉପରେ ମଧ୍ୟ ପ୍ରଶାସନ ପକ୍ଷରୁ କଟକଣା ଜାରୀ କରାଯାଇଛି। ସିନାପାଲି ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସମସ୍ତ ୨୯ ଜଣଙ୍କୁ ହୋମ୍‍ କ୍ୱାରେଣ୍ଟାଇନରେ ରଖାଯାଇଥିବା ବେଳେ ଗ୍ରାମର ସମସ୍ତଙ୍କ ସ୍ୱାବ୍‍ ପରୀକ୍ଷା କରାଯିବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଏହି ଗ୍ରାମରେ କରୋନା ପଜିଟିଭ୍‍ ଚିହ୍ନଟ ପରେ ଗ୍ରାମବାସୀ ଓ ଆଖପାଖ ଗ୍ରାମର ଲୋକେ ଭୟଭୀତ ହୋଇପଡିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories