www.samajalive.in
Sunday, December 14, 2025
23.1 C
Bhubaneswar

ପିପିଲି ଉପନିର୍ବାଚନ ପାଇଁ ବିଜେପିର ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ପୁଣି ଆଶ୍ରିତ ପଟ୍ଟନାୟକଙ୍କ ଉପରେ ବିଜେପି ଭରସା କରିଛି। ପିପିଲି ଉପନିର୍ବାଚନ ପାଇଁ ଆଶ୍ରିତ ପଟ୍ଟନାୟକଙ୍କୁ ବିଜେପି ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ପିପିଲି ଉପନିର୍ବାଚନରେ ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରିବା ପାଇଁ ଆସନ୍ତାକାଲି ଆଶ୍ରିତ ପଟ୍ଟନାୟକ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି।

ଆଜି ପିପିଲି ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଦଳ ଏଥର ଉପନିର୍ବାଚନରେ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏଥିସହ ଆଶ୍ରିତଙ୍କୁ ଦୃଷ୍ଟିରେ ରଖି ଏଥର ବିଜେପି ପିପିଲି ଉପ ନିର୍ବାଚନ ଲଢିବ । ଆଶ୍ରିତ ପଟ୍ଟନାୟକ ଗତ ସାଧାରଣ ନିର୍ବାଚନରେ ମଧ୍ୟ ପିପିଲରୁ ବିଜେପି ପ୍ରାର୍ଥୀ ହୋଇଥିଲେ । ହେଲେ ବିଜେଡି ନେତା ପ୍ରଦୀପ ମହାରଥୀଙ୍କଠାରୁ ସେ ହାରିଯାଇଥିଲେ। ତେବେ ସେତେବେଳେ କିନ୍ତୁ ସେ ପ୍ରଦୀପ ମହାରଥୀଙ୍କୁ କଡ୍ଡା ଟକ୍କର ଦେଇଥିଲେ। ୨୦୧୯ ନିର୍ବାଚନରେ ମଧ୍ୟ ବିଜେପି ଆଶ୍ରିତଙ୍କୁ ପ୍ରାର୍ଥୀ କରିଥିଲା। ସେ ୭୨,୭୩୧ ଖଣ୍ଡ ଭୋଟ ପାଇଥିଲା। ସେତେବେଳେ ବିଜେଡି ପ୍ରାର୍ଥୀ ପ୍ରଦୀପ ମହାରଥୀ ୮୮,୫୧୮ ଖଣ୍ଡ ଭୋଟ୍ ପାଇ ବିଜୟୀ ହୋଇଥିଲେ। ତେଣୁ ଏହି ଉପ ନିର୍ବାଚନରେ ଦଳ ତାଙ୍କୁ ଟିକଟ ଦେଇ ନିର୍ବାଚନ ଜିତିବାକୁ ଲକ୍ଷ୍ୟ ରଖିଛି । ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ପିପିଲିରେ ଉପନିର୍ବାଚନ ଅନୁଷ୍ଠିତ ହେବା ଏଥିପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ ଓ ମେ’ ୨ ତାରିଖରେ ଫଳାଫଳ ପ୍ରକାଶ ପାଇବ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories