www.samajalive.in
Monday, December 8, 2025
13.1 C
Bhubaneswar

ବାଂଲାଦେଶ ମୁକ୍ତି ସଂଗ୍ରାମ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଢ଼ାକାରେ ବାଂଲାଦେଶ ମୁକ୍ତି ସଂଗ୍ରାମ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ବାଂଲାଦେଶକୁ ଦୁଇଦିନ ଗସ୍ତରେ ଯାଇ ଢ଼ାକାର ହଜରତ ସହ-ଜଲ୍ଲାଲ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ଶ୍ରୀ ମୋଦୀ ସେଠାରୁ ସିଧା ଜାତୀୟ ସହିଦ ସ୍ମାରକୀ ସ୍ଥଳୀକୁ ଯାଇଥିଲେ। ପୂର୍ବରୁ ତାଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ସେଖ୍‍ ହସିନା ବିମାନ ବନ୍ଦରଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଶ୍ରୀ ମୋଦୀଙ୍କୁ ଢ଼ାକା ବିମାନ ବନ୍ଦରଠାରେ ସାମରିକ ଅଭିବାଦନ ଦିଆଯାଇଥିଲା। ଏହି ସମୟରେ ସେଠାରେ ଭାରତୀୟ ଜାତୀୟ ସଂଗୀତ ଗାନ କରାଯାଇଥିଲା।


ପ୍ରଧାନମନ୍ତ୍ରୀ ଆଜି ବାଂଲାଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟଗୁଡ଼ିକର ପ୍ରତିନିଧିମାନଙ୍କ ସହ ବାର୍ତ୍ତାଳାପ କରିବାର କାର୍ଯ୍ୟସୂଚୀ ସ୍ଥିର
ହୋଇଛି। ବାଂଲାଦେଶ ଜାତୀୟ ଦିବସ କାର୍ଯ୍ୟକ୍ରମରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହି କାର୍ଯ୍ୟକ୍ରମ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେଉଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories