www.samajalive.in
Monday, December 15, 2025
16.1 C
Bhubaneswar

ସେନା ଡାକ୍ତରଖାନାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ୱାସ୍ଥ୍ୟବସ୍ଥା ସ୍ଥିର

ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଆଜି ଛାତିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିବା ପରେ ସେନା ହସ୍ପିଟାଲର ଡାକ୍ତରମାନେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ତୀକ୍ଷଣ ଦୃଷ୍ଟି ରଖିଛନ୍ତି। ସେନା ଡାକ୍ତରଖାନାରେ ରାଷ୍ଟ୍ରପତିଙ୍କ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି ଓ ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସେନା ହସ୍ପିଟାଲ କହିଛି। ସେନା ଡାକ୍ତରଖାନା କହିଛି, ରାଷ୍ଟ୍ରପତିଙ୍କ ଅବସ୍ଥା ସ୍ଥିର ରହିଛି ଓ ତାଙ୍କ ଉପରେ ନଜର ରଖାଯାଇଛି। ଆଜି ସକାଳେ ଛାତିରେ ଅସ୍ୱାଭାବିକତା ଅନୁଭବ କରିବା ପରେ ରାଷ୍ଟ୍ରପତି ଆର୍ମି ହସ୍ପିଟାଲ ଯାଇଥିଲେ।


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି କୋବିନ୍ଦଙ୍କ ପୁଅଙ୍କ ସହ କଥା ହୋଇ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି। ସେ ରାଷ୍ଟ୍ରପତିଙ୍କ ଆରୋଗ୍ୟ କାମନା କରିବା ସହ ତାଙ୍କ ମଙ୍ଗଳ ପାଇଁ ପ୍ରାର୍ଥନା କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ଦେଇଛି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories