www.samajalive.in
Sunday, December 14, 2025
17.1 C
Bhubaneswar

ମୁହାଁମୁହିଁ ଧକ୍କା ହେଲା ଦୁଇଟି ବାଇକ: ଜଣେ ମୃତ, ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ସ୍ତ୍ରୀ

ଫୁଲବାଣୀ:କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଳକର ଗୋଚ୍ଛାପଡା ଥାନା ଅନ୍ତର୍ଗତ ରାଣୀମଲିକ ଛକଠାରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଦୁଇଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣେ ଗୁରୁତର ଥିବା ଜଣାପଡିଛି। ମୃତକ ଜଣକ ହେଲେ ପଲାବ୍ରୁଡି ପଞ୍ଚାୟତ ଦରିସୁଗା ଗ୍ରାମର ଅଶୋକ କହଁର। ଅପରପକ୍ଷରେ ମୃତକଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି।

ସୂଚନା ଅନୁଯାୟୀ ଗୁରବାର ରାତିରେ ଅଶୋକ ଏବଂ ଭାଗିରଥି ଏକ ବାଇକରେ ଫିରିଙ୍ଗିଆରୁ ଦରିସୁଗା ଆଡକୁ ଯାଉଥିଲେ। ରାଣୀମିଲିକ ଛକରେ ଅପର ଦିଗରୁ ଆସୁଥିବା ଜୟ କହଁର ଓ ବଶିଷ୍ଠ କହଁରଙ୍କ ବାଇକ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଜୟ ଏବଂ ବଶିଷ୍ଟ ପାହିରାଜୁରୁ ଫିରିଙ୍ଗିଆ ଆଡକୁ ଯାଉଥିଲେ। ଦୁର୍ଘଟଣାରେ ସମସ୍ତ ବାଇକ ଆରୋହୀ ଗୁରୁତର ଭାବେ ଆହତ ହୋଇଥିବା ବେଳେ ସେମାନଙ୍କୁ ଗ୍ରାମବାସୀ ମାନେ ଅଟୋ ରିକ୍ସା ସହାୟତାରେ ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ଅଶୋକଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଆହତ ମାନଙ୍କ ମଧ୍ୟରୁ ବଶିଷ୍ଠ ଗୁରୁତର ଥିବାରୁ ତାଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ମୃତ ଅଶୋକଙ୍କ ସ୍ତ୍ରୀ ପ୍ରିୟତମା ତାଙ୍କ ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଗୋଚ୍ଛାପଡା ଥାନାରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ଗୋଚ୍ଛାପଡା ପୁଲିସ ଏହି ମାମମାଲରେ କେସ ନଂ ୨୨/୨୧ରୁଜୁ କରି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ତୃପ୍ତି ରଞ୍ଜନ ନାୟକ ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories