www.samajalive.in
Sunday, December 14, 2025
26.1 C
Bhubaneswar

୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ : କାଳବୈଶାଖୀ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସହରର ଦିନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‍ ଉପରେ ରେକର୍ଡ କରାଯାଇଛି। ବଲାଙ୍ଗିରଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ୍‍
ରେକର୍ଡ ହୋଇଛି। ଆସନ୍ତା ୩୧ ତାରିଖଠାରୁ ରାଜ୍ୟରେ ଦିନ ତାପମାତ୍ରାରେ ଆହୁରି ଅଧିକ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ କୁମାର ଜେନା ପରାମର୍ଶ ଦେଇଛନ୍ତି। ଏ ନେଇ ସେ ସମ୍ପୃକ୍ତ ସହରର ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି।

ଆସନ୍ତାକାଲି ସୁଦ୍ଧା ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ
କେନ୍ଦ୍ର ପୂର୍ବାନୁମାନ କରିଛି। ଜଗତ୍‍ସିଂହପୁର, କନ୍ଧମାଳ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ। ତେବେ ଆଗାମୀ ୨ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories