www.samajalive.in
Wednesday, December 10, 2025
18.1 C
Bhubaneswar

ରାଜ୍ୟ କରୋନା: ୨୪ ଘଣ୍ଟାରେ ୨୯୭ ନୂଆ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ୨୯୭ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଏଥି ମଧ୍ୟରୁ ୧୭୪ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୧୭ରେ ପହଞ୍ଚିଥିବା ବେଳେ ୩,୩୬,୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହିତ ୨୦୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

- Advertisement -

ମିଳିଥିବା ସୂଚନା ମୁତାବକ, ୨୯୭ ଆକ୍ରାନ୍ତଙ୍କ ମଧ୍ୟରୁ କଳାହାଣ୍ଡିରୁ ସର୍ବାଧିକ ୫୭ ଜଣ ରହିଛନ୍ତି। ସେହିପରି ଅନୁଗୁଳରୁ ୯, ବାଲେଶ୍ବରରୁ ୬, ବରଗଡ଼ରୁ ୧୮, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, କଟକରୁ ୧୭, ଢେଙ୍କାନାଳରୁ ୧, ଗଞ୍ଜାମରୁ ୭, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୩, କୋରାପୁଟରୁ ୫, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୩୧, ପୁରୀରୁ ୬, ସମ୍ବଲପୁରରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି। ଅପର ପକ୍ଷରେ ସୋନପୁରରୁ ୩, ସୁନ୍ଦରଗଡ଼ରୁ ୩୮ ଏବଂ ଷ୍ଟେଟ୍‌ ପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories