www.samajalive.in
Thursday, December 11, 2025
14.1 C
Bhubaneswar

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ୧୫ ପ୍ରତିଶତ ସଂରକ୍ଷଣ ବିଜ୍ଞପ୍ତି ଜାରି

ଭୁବନେଶ୍ବର: ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନିକଟରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସଂକଳ୍ପ ଆଗତ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ଏହା ଗ୍ରହଣ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଏହି ସଂକଳ୍ପକୁ ବିରୋଧୀ ଦଳର ସଦସ୍ୟମାନେ ମଧ୍ୟ ସମର୍ଥନ କରିଥିଲେ।

ସୂଚନାଯୋଗ୍ୟ, ଓଡିଶାରେ ସରକାରୀ ସ୍କୁଲମାନଙ୍କରେ ପ୍ରାୟ ୮୬ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ରାଜ୍ୟ ମେଡିକାଲ କଲେଜରେ ସେମାନେ ୨୩ ପ୍ରତିଶତ ଏବଂ ଇଞ୍ଜିନିୟରିଂ କଲେଜରେ ୨୧ ପ୍ରତିଶତ ସିଟ୍‌ରେ ସ୍ଥାନ ପାଇପାରୁଛନ୍ତି । କିନ୍ତୁ ରାଜ୍ୟର ଘରୋଇ ସ୍କୁଲ ମାନଙ୍କରେ ମାତ୍ର ୧୨ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ, ସେମାନେ ଉଭୟ ମେଡିକାଲ ଓ ଇଞ୍ଜିନିୟରିଂ କଲେଜର ୬୦ ପ୍ରତିଶତ ସିଟ୍‌ ପାଉଛନ୍ତି। ଏହା ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ କୋଚିଂ ପ୍ରତିଷ୍ଠାନ ଗୁଡିକ ଯାହାକି ଜାତୀୟ ପ୍ରବେଶିକା ପରୀକ୍ଷା ଗୁଡିକରେ ସଫଳତା ଲାଭ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି, ସେଠାରେ ନାମ ଲେଖାଇବା ପାଇଁ ଆର୍ଥିକ ତଥା ପାରିପାର୍ଶ୍ବିକ ସୁବିଧା ଅଭାବରୁ ଏଭଳି ବିଷମତା ସୃଷ୍ଟି ହେଉଛି। ଏହି ବିଷମତା ଦ୍ବାରା ସଂଖ୍ୟାଧିକ ଛାତ୍ରଛାତ୍ରୀ ପ୍ରଭାବିତ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଏହି ସଂରକ୍ଷଣ ସଂକଳ୍ପ ଆଣିଛନ୍ତି।

- Advertisement -

ସଂକଳ୍ପ ଅନୁସାରେ, ରାଜ୍ୟର ସରକାରୀ ହାଇସ୍କୁଲମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ୧୫ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ।

ଏହି ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ପିଲାଙ୍କ ନିମନ୍ତେ ସମାନୁପାତିକ ଭାବେ ଲାଗୁ କରାଯିବ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories