www.samajalive.in
Sunday, December 14, 2025
26.1 C
Bhubaneswar

ଜଳ ନିଷ୍କାସନ ଦାବିରେ ଚାଷୀଙ୍କ ରାସ୍ତାରୋକ

ଭଦ୍ରକ: ସୋମବାର ଭଦ୍ରକ ଜିଲା ବରପଦା ନିକଟରେ ଚାଷୀମାନେ ରାସ୍ତାରୋକ କରିଛନ୍ତି । ଫଳରେ ସେହି ରାସ୍ତା ଦେଇ ଗାଡି ଚଳାଚଳ ବନ୍ଦ ରହିଛି । ଜଳ ନିଷ୍କାସନ ଦାବିରେ ଚାଷୀମାନେ ରାସ୍ତାରୋକ କରିଥିବା ଜଣାପଡିଛି । ରାସ୍ତାରୋକସ୍ଥଳରେ ପୁଲିସ ପହଞ୍ଚି ଚାଷୀମାନଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରୁଛି। ଲଗାଣ ବର୍ଷା ଯୋଗୁଁ ଚାଷ ଜମିରେ ଆଣ୍ଠୁଏ ଅଣ୍ଠୁଏ ପାଣି ଜମି ରହୁଛି । ଜଳ ନିଷ୍କାସନର କୌଣସି ବ୍ୟବସ୍ଥା ନଥିବା ଫଳରେ ଫସଲ ନଷ୍ଟ ହେଉଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories