ବର୍ଦ୍ଧିତ ବିଦ୍ୟୁତ୍ ଦର ପ୍ରତ୍ୟାହାର ଦାବି: ରାସ୍ତାକୁ ଓହ୍ଲାଇବ କଂଗ୍ରେସ, ୩୦ ମିନିଟ ଲାଇଟ୍ ବନ୍ଦ ପାଇଁ ନିବେଦନ ଆମ ଓଡ଼ିଶାନିଉଜ ଆଲର୍ଟବଡ଼ ଖବର By Samajalive Desk Last updated Mar 31, 2021 Share କୋଭିଡ୍ ମହାମାରୀ ଯୋଗୁଁ ରାଜ୍ୟବାସୀଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡିଥିବା ବେଳେ ଏବଂ ଏହି ସମସ୍ୟାରୁ ଜନସାଧାରଣ ସଂପୂର୍ଣ୍ଣ ମୁକ୍ତ ହୋଇନଥିବା ବେଳେ ରାଜ୍ୟ ସରକାରଙ୍କର ବିଦ୍ୟୁତ୍ ଦର ବୃଦ୍ଧି ଅତ୍ୟନ୍ତ ଅପରିଣାମଦର୍ଶିତା ଓ ଉପଭୋକ୍ତାଙ୍କ ଉପରେ ଏକ ବୋଝ ସଦୃଶ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଏଥିପାଇଁ ରାଜ୍ୟବ୍ୟାପୀ ଜନ ଅସନ୍ତୋଷ ଦେଖା ଦେଇଛି। ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ଏହି ବର୍ଦ୍ଧିତ ଦର ସମସ୍ତଙ୍କ ପାଇଁ ବୋଝ ସଦୃଶ ହୋଇଥିବା ବେଳେ ଅପ୍ରେଲ ୪ ତାରିଖ ରବିବାର ସନ୍ଧ୍ୟା ୬.୩୦ ମିନିଟରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୩୦ ମିନିଟ୍ ନିମନ୍ତେ ରାଜ୍ୟବାସୀ ପ୍ରତିବାଦ ସ୍ୱରୂପ ନିଜ ଘରର ସମସ୍ତ ଲାଇଟ୍ ଓ ବୈଦ୍ୟୁତିକ ଉପକରଣ ବନ୍ଦ୍ ରଖିବା ପାଇଁ ଶ୍ରୀ ପଟ୍ଟନାୟକ ନିବେଦନ କରିଛନ୍ତି। Related Posts କୁମାରପୁରରେ ଶ୍ରୀରାମ ନବମୀ ପ୍ରତିଷ୍ଠା ଉତ୍ସବ Apr 27, 2024 ରାସ୍ତା ସଂପ୍ରସାରଣ ପରେ ମଧ୍ୟ ଚାଲିଛି ଅବାଧ… Apr 27, 2024 ଏହି ବର୍ଦ୍ଧିତ ଦର ପ୍ରତ୍ୟାହାର ଦାବିରେ ପ୍ରତ୍ୟେକ ଜିଲ୍ଲା କଂଗ୍ରେସ କମିଟି ଏପ୍ରିଲ ୫ ତାରିଖ ସୋମବାର ଦିନ ଜିଲ୍ଲା ସଦର ମହକୁମାଠାରେ ଥିବା ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ଓ ୪ ଘଂଟିଆ ଧାରଣା ଦେବେ ଏବଂ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ସଂପୃକ୍ତ ବିଦ୍ୟୁତ୍ ଅଧିକାରୀଙ୍କୁ ପ୍ରଦାନ କରିବେ। ସେହିଭଳି ଆସନ୍ତା ଏପ୍ରିଲ୍ ୬ ତାରିଖ ମଧ୍ୟରେ ପ୍ରତ୍ୟେକ ବ୍ଲକ / ନଗର କଂଗ୍ରେସ କମିଟି ପକ୍ଷରୁ ନିଜ ଅଂଚଳରେ ଥିବା ବିଦ୍ୟୁତ୍ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ଓ ୪ ଘଂଟିଆ ଧାରଣା ଦିଆଯିବ ବୋଲି ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି। ଓଡିଶା ପ୍ରଦେଶ କଂଗ୍ରେସ କମିଟି ଓ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟିର ମିଳିତ ଆନୁକୂଲ୍ୟରେ ଏପ୍ରିଲ ୬ରେ ଦିନ ୧୧ଟା ସମୟରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ – ଓଇଆରସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଯାଇଛି। Share FacebookTwitterWhatsApp
Comments are closed.