www.samajalive.in
Sunday, December 7, 2025
26.1 C
Bhubaneswar

ମୁଖ୍ୟ ଶାସନ ସଚିବଙ୍କ ଏନ୍‌ଟିପିସି ଅଧ୍ୟକ୍ଷଙ୍କ ସହ ଆଲୋଚନା, ତାଳଚେର୍‌ ଥର୍ମାଲ୍‌ ପ୍ଲାଣ୍ଟର ନୂଆ ୟୁନିଟ୍‌ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି

ଭୁବନେଶ୍ବର: ଶିଳ୍ପାୟନ ମାଧ୍ୟମରେ ନୂତନ ନିଯୁକ୍ତି ସୃଷ୍ଟି ଦିଗରେ ଅନ୍ୟ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଭାବେ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ଜାତୀୟ ତାପଜ ବିଦ୍ୟୁତ ନିଗମ ଲିଃର ଅଧ୍ୟକ୍ଷ ଗୁରୁଦୀପ ସିଂଙ୍କ ସହ ଆଲୋଚନା କରିଛନ୍ତି। ଆଲୋଚନାରେ ମୁଖ୍ୟତଃ ତାଳଚେରଠାରେ ଟିଟିପିଏସ୍‌ ନୂଆ ୟନିଟ୍‌ ପ୍ରତିଷ୍ଠା ସହ ସ୍ଥାନୀୟ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଓ ଅସୁବିଧା ଆଦି ବିଷୟରେ ଆଲୋଚନା ହୋଇଥିଲା।

ଆଲୋଚନା ପରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ତାଳଚେର ଟିଟିପିଏସ୍‌ର ନୂଆ ୟୁନିଟ୍‌ ପ୍ରତିଷ୍ଠା ବିଷୟରେ ନୀତିଗତ ନିଷ୍ପତ୍ତି ହୋଇଛି। ଖୁବ୍‌ ଶୀଘ୍ର ଗ୍ରୀଡ୍‌ଗୋ, ଏନ୍‌ଟିପିସି, ଶକ୍ତି ଏବଂ ଅନ୍ୟାନ୍ୟ ସଂପୃକ୍ତ ବିଭାଗମାନଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହେବ। ଏଥିରେ ନୂଆ ୟୁନିଟ୍‌ ପ୍ରତିଷ୍ଠା ଏବଂ ସ୍ଥାନୀୟ ବାସିନ୍ଦାମାନଙ୍କର ଅଭିଯୋଗର ଆଶୁ ସମାଧାନ ନିମନ୍ତେ ନିର୍ଦ୍ଧିଷ୍ଟ କାର୍ଯ୍ୟ ଯୋଜନା ପ୍ରସ୍ତୁତ ହେବ। ଏହି ମିଳିତ କାର୍ଯ୍ୟ ଯୋଜନାର ତ୍ବରାନ୍ବିତ କାର୍ଯ୍ୟାନ୍ବୟନ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେବୋଲି ଶ୍ରୀ ମହାପାତ୍ର କହିଥିଲେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories