www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ରାୟଗଡା, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଜଗତସିଂହପୁର, ସୋନପୁର, କେନ୍ଦ୍ରାପଡା ଓ ସମ୍ବଲପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବାନ ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ସହ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି। ବର୍ତ୍ତମାନ ପର୍ୟ୍ୟନ୍ତ କୌଣସି ସ୍ଥାନରେ ଅଧିକ ବର୍ଷା ହେବାର ସୂଚନା ମିଳି ନାହିଁ ବୋଲି ଡେପୁଟି ଏସଆରସି କହିଛନ୍ତି ।

ସୂଚନାଯୋଗ୍ୟ, ଆଜି ଗୋପଳପୁରରେ ସର୍ବାଧିକ ତାପମାତ୍ରା ୩୫.୪ ଡିଗ୍ରି ସେଲସିୟସ ଓ  ସର୍ବନିମ୍ନ ତାପମାତ୍ରା ୨୦.୭ ଡିଗ୍ରି ସେଲସିୟସ ହିରାକୁଦରେ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ ଜିଲା ବଡଗାଁରେ ସର୍ବାଧିକ ୧୦ ସେମି ଓ ନବରଙ୍ଗପୁର ଜିଲା ରାଇଘର ୯ ସେମି ବର୍ଷା ରେକର୍ଡ କରାଯାଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories