www.samajalive.in
Monday, December 8, 2025
13.1 C
Bhubaneswar

ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ୧ ବର୍ଷର ଦରମା ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବ ଏପ୍ରିଲ ୩ରେ ଅନୁଷ୍ଠିତ ହେବ। ଆଜି ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ସ୍ବତନ୍ତ୍ର ସମାବର୍ତ୍ତନ ଉତ୍ସବ ତଥା ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଏକ ବର୍ଷର ଦରମା ପ୍ରଦାନ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ସର୍ବାଙ୍ଗୀଣ ବିକାଶ ପାଇଁ ଶ୍ରୀ ପ୍ରଧାନ ଏହି ଅର୍ଥରାଶି ପ୍ରଦାନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କଠାରୁ ଏହି ଅନୁଦାନ ରାଶି ଗ୍ରହଣ କରିବା ପରେ କୁଳାଧିପତି ପ୍ରଫେସର ଗଣେଶୀଲାଲ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ୨୦୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ ବିଶ୍ୱବିଦ୍ୟାଳୟର ପୂରାତନ ଛାତ୍ର ଭାବରେ ‘ଆଲୁମିନି ଅନୁଦାନ ପାଣ୍ଠି’ ଖୋଲିବା ପାଇଁ ପରାମର୍ଶ ଦେବା ସହ ୧ ବର୍ଷର ଦରମା ଦେବା ପାଇଁ ଘୋଷଣା କରିଥିଲେ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ସୁବିଧା ବଢ଼ାଇବା ତଥା ଛାତ୍ରଛାତ୍ରୀ, ପ୍ରାଧ୍ୟାପକ ଓ କର୍ମଚାରୀଙ୍କ ସୁବିଧା ପାଇଁ ‘ଆଲୁମିନି ଅନୁଦାନ ପାଣ୍ଠି’ ଗଠନ କରିବା ସହ ଏଥିରେ ପୂରାତନ ଛାତ୍ରଛାତ୍ରୀ ଆର୍ଥିକ ସହଯୋଗ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories