ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ଦୈନିକ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ୮୧, ୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୩,୦୩,୧୩୧ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ୪୬୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୩,୩୯୬ରେ ରହିଛି। ଦିନକରେ ୫୦,୩୫୬ ଆକ୍ରାନ୍ତ ସୁସ୍ଥ ହେବା ସହ ୧,୧୫,୨୫,୦୩୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬,୧୪,୬୯୬ ସକ୍ର୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



