www.samajalive.in
Thursday, December 11, 2025
15.1 C
Bhubaneswar

ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ଜାରି, ୪୦ ଡିଗ୍ରୀ ଉପରେ ୯ ସହର : କମିବ ୪ ଡିଗ୍ରୀ ତାପମାତ୍ରା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି। ତଥାପି ୯ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି। ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାର କେତେକ ଜିଲାରେ ଦିନର ତାପମାତ୍ରା ଅଧିକ ରହୁଛି। ଆଗକୁ ଦୁଇଦିନ କାଳବୈଶାଖୀ ଥିବାରୁ ସର୍ବାଧିକ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର ସର୍ବାଧିକ ତାପମାତ୍ରା ସବୁଠୁ ଅଧିକ ମାଲକାନଗିରିରେ ୪୨ ଡିଗ୍ରୀ ରେକର୍ଡ କରାଯାଇଛି। କିଛିଦିନର ବ୍ୟବଧାନ ପରେ ପୁଣି ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ମାଲକାନଗିରି। ସମ୍ବଲପୁରରେ ୪୧.୬, ତାଳଚେରରେ ୪୧.୫, ସୁନ୍ଦରଗଡ ଓ ଝାରସୁଗୁଡାରେ ୪୧, ଟିଟିଲାଗଡରେ ୪୧.୨, ଭବାନୀପାଟଣା ଓ ହୀରାକୁଦରେ ୪୦.୫, ବାରିପଦାରେ ୪୦ ଏବଂ ଭୁବନେଶ୍ବରରେ ୩୮.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶନିବାର କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ସହ ହେବ। ଜଗତସଂିହପୁର, ପୁରୀ, ଗଜପତି, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡା ଏବଂ କୋରାପୁଟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି। ବିଜୁଳି ଘଡଘଡିକୁ ଲକ୍ଷ୍ୟକରି ପାଣିପାଗ ବିଭାଗ କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୱାର୍ଣ୍ଣିଂ ଥିବା ଜିଲାରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବ। ରବିବାର ପାଇଁ ରାୟଗଡା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ଲୋକେ ସତର୍କ ରହିବାକୁ କୁହାଯାଇଛି। ୱାର୍ଣ୍ଣିଂ ଅନୁଯାୟୀ ସତର୍କ ରହିବାକୁ ଏସ୍‌ଆରସି ଜିଲାପାଳ ଏବଂ ମ୍ୟୁନିସିପାଲିଟି କମିସନରଙ୍କୁ ପରାମର୍ଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲାପାଳମାନଙ୍କୁ କୁହାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories