www.samajalive.in
Sunday, December 7, 2025
14.1 C
Bhubaneswar

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ନିରବ ପ୍ରତିବାଦ

ଭୁବନେଶ୍ୱର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ସନ୍ଧ୍ୟାରେ ୩୦ ମିନଟ ବିଦ୍ୟୁତ କାଟ କରି ଦର ବୃଦ୍ଧିର ପ୍ରତିବାଦ କରିବା ଡାକରା ପୂର୍ଣ୍ଣ ମାତ୍ରାରେ ସଫଳ ହୋଇଛି। ସାରା ରାଜ୍ୟର ବିଦ୍ୟୁତ ଉପଭୋକ୍ତାମାନେ ୩୦ ମିନିଟ ବିଦ୍ୟୁତ ବନ୍ଦ କରି ସେମାନଙ୍କ ନିରବ ପ୍ରତିବାଦ କରି କଂଗ୍ରେସକୁ ସମର୍ଥନ ଜଣାଇ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ସେମାନଙ୍କର ଅସନ୍ତୋଷ ପ୍ରକାଶ କରିଛନ୍ତି। ସେହିପରି କଂଗ୍ରେସ ଭବନ ସମେତ ପିସିସି ସଭାପତି ଏବଂ କଂଗ୍ରେସ ନେତୃବୃନ୍ଦ ଓ କର୍ମୀଙ୍କ ବାସ ଭବନରେ ୬.୩୦ ରୁ ୭ ଟା ଯାଏଁ ବିଦ୍ୟୁତ ସରବରାହ ବନ୍ଦ ରଖାଯାଇଥିଲା। ସାଧାରଣ ଜନତା ଓ କଂଗ୍ରେସ କର୍ମୀ ଏହି ବନ୍ଦ ପ୍ରତିବାଦକୁ ବହୁଳ ମାତ୍ରାରେ ସମର୍ଥନ ଜଣାଇଥିବାରୁ ପିସିସି ସଭାପତି ସେମାନଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏତଦ୍‌ବ୍ୟତୀତ ଆସନ୍ତା ୫ ତାରିଖ ସମସ୍ତ ଜିଲା ସଦର ମହକୁମାରେ ଏବଂ ୬ ତାରିଖ ରେ ସମସ୍ତ ଜିଲା କାର୍ଯ୍ୟାଳୟ ଓ ଭୁବନେଶ୍ୱର ସ୍ଥିତ ଓ ଇଆରସି ଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ଓ ସମାବେଶ କରି ବିଦ୍ୟୁତ ଦର ବୃଦ୍ଧିର ପୁନଃ ପ୍ରତିବାଦ କରିବା ପାଇଁ ଶ୍ରୀ ପଟ୍ଟନାୟକ ରାଜ୍ୟର ସମସ୍ତ ବିଦ୍ୟୁତ ଉପଭୋକ୍ତା ଏବଂ କଂଗ୍ରେସ କର୍ମୀଙ୍କ ସାହାଯ୍ୟ ସହଯୋଗ କାମନା କରିଛନ୍ତି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories