www.samajalive.in
Monday, December 8, 2025
14.1 C
Bhubaneswar

ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ମମତା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଜୟ ଶ୍ରୀରାମ୍‍ ଶୁଣି ଚିଡୁଥିବା ମମତା ଦିଦି ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ବୋଲି ରବିବାର ପଶ୍ଚିମବଙ୍ଗର କମାରହାଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ନିର୍ବାଚନ ପ୍ରଚାର କରିବା ଅବସରରେ ପଶ୍ଚିମବଙ୍ଗରେ ବାସ କରୁଥିବା ଓଡିଆ ଲୋକମାନେ ଶ୍ରୀ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଦାୟିତ୍ୱରେ ଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ମୋଦି ସବ୍‍କା ସାଥ, ସବ୍‍କା ବିକାଶ, ସବ୍‍କା ବିଶ୍ୱାସକୁ ମୂଳମନ୍ତ୍ର କରିଛନ୍ତି। ଏହି ମନ୍ତ୍ରରେ ପ୍ରଧାନମନ୍ତ୍ରୀ ହିନ୍ଦୁ କିମ୍ବା ମୁସଲିମ ପାର୍ଥକ୍ୟ ନଦେଖି ପଶ୍ଚିମବଙ୍ଗବାସୀଙ୍କୁ ଆବାସ ଯୋଜନାରେ ଘର, ଉଜ୍ଜଳା ଯୋଜନାରେ ଗ୍ୟାସ, କରୋନା ମହାମାରୀ ସମୟରେ ଲୋକଙ୍କୁ ମାଗଣାରେ ମୁଣ୍ଡ ପିଛା ୫ କେଜି ଚାଉଳ, ପରିବାର ପିଛା ଡ଼ାଲି, ଗ୍ୟାସ, ଜନଧନ ଯୋଜନାରେ ମହିଳାଙ୍କୁ ଟଙ୍କା ତଥା ଅନ୍ୟାନ୍ୟ ଆର୍ଥିକ ଏବଂ ଆନୁଷଙ୍ଗିକ ସହଯୋଗ ଦିଆଯିବାର ବ୍ୟବସ୍ଥା କରିଛନ୍ତି।

ଅପରପକ୍ଷରେ କିନ୍ତୁ ମମତା ଦିଦି ଜୟ ଶ୍ରୀରାମ ନାରାକୁ ଗାଳି ମାନୁଛନ୍ତି। ପଶ୍ଚିମବଙ୍ଗରେ ଶ୍ରୀରାମକୃଷ୍ଣ ପରମହଂସଙ୍କୁ ଭଗବାନ ମାନୁଥିବା ବେଳେ ମମତା ଦିଦି ଏଥିରେ ଉତକ୍ଷିପ୍ତ କାହିଁକି? ଏହା କଣ ପଶ୍ଚିମବଙ୍ଗର ସଂସ୍କୃତି? ମମତା ଦିଦି ସାମ୍ପ୍ରଦାୟିକତାବାଦକୁ କାହିଁକି ନୀତି କରିଛନ୍ତି ବୋଲି ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି। ପଶ୍ଚିମବଙ୍ଗରେ ୧୦ ବର୍ଷର ଟିଏମସି ଶାସନରେ ଦୁର୍ନୀତି, ଲୁଟ୍‍, ଲାଂଚ ବୃଦ୍ଧି ପାଇଛି। ଏହି କାରଣରୁ ଚଳିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭଳି ବିକାଶମୁଖୀ ସରକାର କରିବା ପାଇଁ ପଶ୍ଚିମବଙ୍ଗର ଜନତା ମନ ବଳାଇ ସାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ମମତା ଦିଦି ହାରିବା ଭୟରେ ଭୟଭୀତ ହୋଇଯାଇଛନ୍ତି ବୋଲି ସେ କହିଛନ୍ତି।

- Advertisement -

ଆସନ୍ତା ମେ’ ୨ରେ ତୃଣମୂଳ କଂଗ୍ରେସର ସଭାନେତ୍ରୀ ମମତା ଦିଦିଙ୍କ ପରାଜୟ ସୁନିଶ୍ଚିତ ହେବ। ପଶ୍ଚିମବଙ୍ଗରେ ଡବଲ ଇଞ୍ଜିନର ସରକାର କରିବା ପାଇଁ ଏଠାକାରବାସୀ ପ୍ରତିବଦ୍ଧ ଥିବା ଶ୍ରୀ ପ୍ରଧାନ କହିଛନ୍ତି। ସୂଚନାଯୋଗ୍ୟ, ଏହି ପ୍ରଚାର ଅବସରରେ ଶ୍ରୀ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ସହ ଦକ୍ଷିଣେଶ୍ୱରୀ ମନ୍ଦିରରେ ମା’ କାଳିଙ୍କୁ ଦର୍ଶନ କରିବା ସହ ନିକଟରେ ଥିବା ଦକ୍ଷିଣେଶ୍ୱର ରାମକ୍ରୀଷ୍ଣ ସଂଘ ଅଧ୍ୟାପୀଠରେ ମଧ୍ୟ ପୂଜାର୍ଚ୍ଚନା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories