www.samajalive.in
Monday, December 8, 2025
27.1 C
Bhubaneswar

ରେକର୍ଡ ଭାଙ୍ଗିଲା ସଂକ୍ରମଣ : ଦିନକରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣରେ ପୁଣି ରେକର୍ଡ ଭାଙ୍ଗିଛି। ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛ। ଗତ ୨୪ ଘଣ୍ଟାରେ ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୨୫ ଲକ୍ଷ ୮୯ ହଜାର ୬୭କୁ ବୃଦ୍ଧି ପାଇଛି। ସେହିପରି ଗତ  ୨୪ ଘଣ୍ଟାରେ ୪୭୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଏଥି ସହିତ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୬୫ ହଜାର ୧୦୧ ରେ ପହଞ୍ଚିଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨ ହଜାର ୮୪୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା  ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬କୁ ବୃଦ୍ଧି ପାଇଛି। ଦେଶରେ କରୋନା ଆରୋଗ୍ୟ ହାର ୯୨.୮ ପ୍ରତିଶତକୁ ହ୍ରାସ ପାଇଛି । ସେହିପରି ଦେଶରେ  ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୧ ହଜାର ୮୩୦ରେ ପହଞ୍ଚିଛି। ଯାହା ମୋଟ ଆକ୍ରାନ୍ତ ସଂଖ୍ୟାର ୫.୮୯% । ଇତି ମଧ୍ୟରେ ଦେଶରେ ୨୪ କୋଟି ୯୦ ଲକ୍ଷ ୧୯ ହଜାର ୬୫୭ କରୋନା ନମୂନା ପରୀକ୍ଷା କରାଯାଇଛି।

- Advertisement -

ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ ୭ କୋଟି ୯୧ ଲକ୍ଷ ୫ ହଜାର ୧୬୩ ଲୋକଙ୍କୁ ଟିକାଦାନ କରାଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories