www.samajalive.in
Tuesday, December 9, 2025
16.1 C
Bhubaneswar

କଟକ ଫ୍ୟାମିଲି କୋର୍ଟରେ ଓଲିଉଡ ଅଭିନେତ୍ରୀ ବର୍ଷା

କଟକ : ଆଜି କଟକ ଫ୍ୟାମିଲି କୋର୍ଟରେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ହାଜର ହୋଇଛନ୍ତି। ସ୍ୱାମୀ ତଥା ସାଂସଦ ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ମାମଲାରେ ବର୍ଷା କୋର୍ଟରେ ହାଜର ହୋଇଛନ୍ତି। ଆଜି ଉଭୟଙ୍କୁ ହାଜର ହେବା ପାଇଁ ପରିବାର କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ ବରଂ କଟକରେ ହେବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉଭଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ ବୋଲି କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories