www.samajalive.in
Thursday, December 11, 2025
13.1 C
Bhubaneswar

ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦେଶ

ମୁମ୍ବଇ: ମୁମ୍ବଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ଅଭିଯୋଗ ଉପରେ ବମ୍ବେ ହାଇକୋର୍ଟ ସୋମବାର ଏକ ବଡ଼ ଆଦେଶ ଦେଇଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସିବିସିଆଇ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ଏହା ସହିତ ଆସନ୍ତା ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି।

ଆଣ୍ଟିଲିଆ ମାମଲାରେ ଗିରଫ ହୋଇଥିବା ପୁଲିସ ଅଧିକାରୀ ସଚିନ ୱାଜେଙ୍କୁ ଗୃହମନ୍ତ୍ରୀ ଅନିଲ ଦେଶମୁଖ ମାସିକ ୧୦୦ କୋଟି ଟଙ୍କା ଚାନ୍ଦା ଆଦାୟ କରିବାକୁ କହିଥିବା ନେଇ ପୂର୍ବତନ ପୁଲିନ କମିଶନର ପରମବୀର ସିଂହ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚିଠି ଲେଖି ଅଭିଯୋଗ କରିଥିଲେ। ଏହା ପରେ ତାଙ୍କୁ ପୁଲିସ କମିଶନର ପଦବୀରୁ ହଟାଇ ଦିଆଯାଇ ଅନ୍ୟତ୍ର ବଦଳି କରାଯାଇଥିଲା। ଏ ସମ୍ପର୍କରେ ପରମବୀର ସିଂହ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରି ତାଙ୍କ ସମସ୍ତ ଅଭିଯୋଗର ସିବିଆଇ ତଦନ୍ତ କରାଇବାକୁ ନିର୍ଦେଶ ଦେଇଥିଲେ।

- Advertisement -

କିନ୍ତୁ ସୁପ୍ରିମକୋର୍ଟ ତାଙ୍କ ପିଟିଶନର ଶୁଣାଣି କରିବାକୁ ମନା କରିଦେବା ସହିତ ପ୍ରଥମେ ହାଇକୋର୍ଟରେ ମାମଲା ଦାୟର କରିବାକୁ ନିର୍ଦେଶ ଦେଇଥିଲେ। ତଦନୁଯାୟୀ ପରମବୀର ସିଂହ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୋମବାର ଶୁଣାଣି ସମୟରେ ହାଇକୋର୍ଟ କହିଥିଲେ, ପରମବୀର ସିଂହଙ୍କ ଅଭିଯୋଗ ଅତି ଗମ୍ଭୀର। ଏହି ମାମଲାରେ ଏତଲା ରୁଜୁ ହୋଇସାରିଛି ଏବଂ ତଦନ୍ତର ଆବଶ୍ୟକତା ରହିଛି। ଅନିଲ ଦେଶମୁଖଙ୍କ ବିରୋଧରେ ଯେଉଁ ଅଭିଯୋଗ ହୋଇଛି ତାହାର ତଦନ୍ତ ପାଇଁ ପୁଲିସ ଉପରେ ନିର୍ଭର କରାଯାଇ ପାରିବ ନାହିଁ। ଏହାର ପ୍ରାଥମିକ ଏବଂ ନିରପେକ୍ଷ ତଦନ୍ତ ପାଇଁ ସିବିଆଇର ଆବଶ୍ୟକତା ରହିଛି।

ଅନ୍ୟପଟେ ହାଇକୋର୍ଟଙ୍କ ଏହି ଆଦେଶ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଅନିଲ ଦେଶମୁଖଙ୍କ ଇସ୍ତଫା ଦାବି କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories