www.samajalive.in
Tuesday, December 9, 2025
17.1 C
Bhubaneswar

ପିପିଲି ଉପନିର୍ବାଚନ; ବିଜେଡି ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ, ବିଜେପି ରାଲିରେ ଯୋଗଦେବେ ଧର୍ମେନ୍ଦ୍ର

ପିପିଲି: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ପକ୍ଷରୁ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ ଜୋରଦାର କରାଯାଇଛି। ବର୍ତ୍ତମାନ ସୁଦ୍ଧା କୌଣସି ଦଳର ହାଇପ୍ରୋଫାଇଲ ନେତା ପ୍ରଚାରରେ ସାମିଲ ହୋଇନାହାନ୍ତି। କିନ୍ତୁ ଆଗାମୀ ଦିନରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେପି ପ୍ରାର୍ଥୀଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବେ ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ନିର୍ବାଚନମଣ୍ଡଳୀରେ ଭର୍ଚୁଆଲ ପ୍ରଚାର କରିବେ। ଭିଡିଓ କନ୍‌ପରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ପ୍ରଚାର​‌ରେ ସାମିଲ ହେବେ। ଏଥିପାଇଁ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଏଲଇଡି ପ୍ରୋଜେକ୍ଟର ଲଗାଯିବ ବୋଲି ବିଧାୟକ ଉମାକାନ୍ତ ସାମନ୍ତରାୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମାତ୍ର ମୁଖ୍ୟମନ୍ତ୍ରୀ କେବେ ଭର୍ଚୁଆଲ ରାଲି କରିବେ ସେ ସମ୍ପର୍କରେ ଜଣାପଡ଼ି ନାହିଁ।

- Advertisement -

ଅନ୍ୟପଟେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବେ। ଆସନ୍ତା ୧୩ ତାରିଖରେ ଧର୍ମେନ୍ଦ୍ର ରାଲିରେ ଯୋଗଦେବା ସହିତ ସାଧାରଣ ସଭାରେ କାର୍ଯ୍ୟକର୍ତ୍ତା ଏବଂ ଜନସାଧାରଣଙ୍କୁ ଉଦବୋଧନ ଦେବେ। ବିଜେପିର ଆଉ କିଛି କେନ୍ଦ୍ରୀୟ ନେତା ମଧ୍ୟ ରାଲିରେ ଯୋଗଦେବାର ସମ୍ଭାବନା ରହିଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories