www.samajalive.in
Thursday, December 11, 2025
27.1 C
Bhubaneswar

ବାହାର ରାଜ୍ୟରୁ ଆସିଲେ ଆରଟି-ପିସିଆର ପରୀକ୍ଷା ବାଧ୍ୟତାମୂଳକ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସରକାର ଧୀରେ ଧୀରେ କଠୋର ଆଭିମୂଖ୍ୟ ଗ୍ରହଣ କରିବାରେ ଲାଗିଛନ୍ତି। ଅନ୍ୟାନ୍ୟ ରାଜ୍ୟରେ ସଂକ୍ରମଣ ବୃଦ୍ଧି ଯୋଗୁ ପ୍ରବାସୀ ଓଡ଼ିଆମାନେ ଏବେ ଘରମୁହାଁ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକଙ୍କ ପାଇଁ ଆରଟି-ପିସିଆର ପରୀକ୍ଷା ବାଧ୍ୟତାମୂଳକ କରିଛନ୍ତି।

ଯେଉଁମାନେ ବାହାର ରାଜ୍ୟକୁ ଓଡ଼ିଶାକୁ ଆସିବେ ସେମାନେ ଆରଟି-ପିସିଆର ପରୀକ୍ଷା କରାଇବେ। ନଚେତ୍‌, ସେମାନଙ୍କୁ ୭ଦିନ କ୍ବାରେଣ୍ଟାଇନରେ ରଖାଯିବ। ରାଜ୍ୟରେ ଦୈନିକ ସଂକ୍ରମଣ ୯୦୦ ନିକଟତର ହୋଇଥିବାବେଳେ ଏହାକୁ ରୋକିବାକୁ ସରକାର କଟକଣା କଡ଼ାକଡ଼ି କରୁଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି।

- Advertisement -

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କହିବା ଅନୁସାରେ, ରାଜ୍ୟରେ ଦିନକୁ ୨ ଲକ୍ଷ ୫୦ ହଜାର ଟିକା ଦରକାର ହେଉଛି। ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କର ପ୍ରଧାନମନ୍ତ୍ରୀଙ୍କ ସହ ସମୀକ୍ଷା ଥିବାରୁ ଏ ବିଷୟରେ ଆଲୋଚନା ହୋଇପାରେ ବୋଲି ସେ କହିଛନ୍ତି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories