www.samajalive.in
Monday, December 8, 2025
27.1 C
Bhubaneswar

ଘୁଞ୍ଚିବନି ଦଶମ, ଦ୍ବାଦଶ ପରୀକ୍ଷା:ମନ୍ତ୍ରୀ

ଭୁବନେଶ୍ଵର: ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ପୂର୍ବରୁ ଧାର୍ଯ୍ୟ ହୋଇଥିବା ନିର୍ଦ୍ଧାରିତ ତାରିଖରେ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା କରାଯିବ। ଦଶମ ଓ ଯୁକ୍ତ ୨ ପରୀକ୍ଷା ହେବା ନେଇ କୌଣସି ଦ୍ବନ୍ଦ୍ବ ନାହିଁ ବୋଲି ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ତେବେ ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଅଧିକ କେନ୍ଦ୍ର କରାଯିବ ସେ ପ୍ରକାଶ କରିଛନ୍ତି। ଅପରପକ୍ଷରେ ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ ତାହା ସ୍ଥିର ହୋଇନାହିଁ। ଯେହେତୁ ନବମ ଶ୍ରେଣୀ ପାଠପଢ଼ା ବନ୍ଦ ରହିଛି ତେଣୁ ପରୀକ୍ଷା କଥା ସ୍ଥିର ହୋଇନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକରେ ମଧ୍ୟ କରୋନା ସ୍ଥିତି ଉଦ୍‌ବେଗଜନକ ରହିଛି। କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ପ୍ରତିଦିନ ପ୍ରଶାସନ ପକ୍ଷରୁ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ସିଲ୍‌ କରାଯାଉଛି। ତେଣୁ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଓ ଦ୍ବାଦଶ ତଥା ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ହେବା ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା। ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯିବା ନେଇ ଚର୍ଚ୍ଚା ହେଉଥିଲା। ଆଜି ଏହାକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସ୍ପଷ୍ଟିକରଣ ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ନିର୍ଦ୍ଧାରିତ ସମୟରେ ହେବ। ଅଧିକ ପରୀକ୍ଷା କେନ୍ଦ୍ର କରାଯାଇ ପରୀକ୍ଷା କରାଯିବ। ତେଣୁ ମାଟ୍ରିକ୍‌ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହେବ। ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ। ମେ’ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଦଶମ ତଥା ମାଟ୍ରିକ୍ ପରୀକ୍ଷା ହେବ। ସେହିପରି ମେ’ ୧୮ରୁ ଜୁନ୍ ୧୨ ପର୍ଯ୍ୟନ୍ତ ଦ୍ବାଦଶ ତଥା ଯୁକ୍ତ ୨ ପରୀକ୍ଷା ହେବ। ତେଣୁ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories