www.samajalive.in
Monday, December 8, 2025
14.1 C
Bhubaneswar

୯ କୋଟି ୪୩ ଲକ୍ଷ ୩୪ ହଜାର ଟପିଲା ଦେଶରେ କୋଭିଡ ଟିକାକରଣ

ନୂଆଦିଲ୍ଲୀ : ଦେଶରେ କୋଭିଡ ଟିକାକରଣ ୯ କୋଟି ୪୩ଲକ୍ଷ ୩୪ ହଜାର ଟପିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଲକ୍ଷ ୯୧ ହଜାର ୫୧୧ ଲୋକଙ୍କୁ ଟିକା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ୬୦ ବର୍ଷରୁ ଊର୍ଦ୍ଧ୍ବ ୩ କୋଟି ୩୪ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ପ୍ରଥମ ଡୋଜ୍‍ ଟିକା ଦିଆଯାଇଥିଲାବେଳେ ୧୩ ଲକ୍ଷ ୫୧ ହଜାରରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଦ୍ୱିତୀୟ ଡୋଜ୍‍ ଟିକା ଦିଆଯାଇଛି।
ସାରା ଦେଶରେ ଗତ ଜାନୁୟାରୀ ୧୬ ତାରିଖରୁ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ଫେବୃୟାରୀ ୨ ତାରିଖରୁ ଆଗ ଧାଡିର କରୋନା ଯୋଦ୍ଧାମାନଙ୍କୁ ଟିକା ଦିଆଯାଇଥିଲା ଏବଂ ମାର୍ଚ୍ଚ ପହିଲାରୁ ପ୍ରତ୍ୟେକ ୬୦ ବର୍ଷରୁ ଊର୍ଦ୍ଧ୍ବ ଓ ବିବିଧ ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ବୟସର ବ୍ୟକ୍ତିମାନଙ୍କୁ ଟିକାଦାନରେ ସାମିଲ କରାଯାଇଥିଲା। ଟିକାଦାନ ପରିସରକୁ ବୃଦ୍ଧି
କରିବାକୁ ଯାଇ ଚଳିତମାସ ପହିଲା ତାରିଖରୁ ୪୫ ବର୍ଷ ବୟସର ସମସ୍ତଙ୍କୁ ଟିକା ଦିଆଯାଉଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories