www.samajalive.in
Monday, December 15, 2025
27.1 C
Bhubaneswar

ସୁସ୍ଥ ହେଲେ ଆଉ ୪୦୩ କରୋନା ଅକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୦୩କୁ ବୃଦ୍ଧି

ଭୁବନେଶ୍ବର : ଶନିବାର ରାଜ୍ୟରୁ ଆଉ ୪୦୩ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୦୩କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୩, କଳାହାଣ୍ଡିରୁ ୫୭, ବରଗଡ଼ରୁ ୩୪, ନୂଆପଡ଼ାରୁ ୩୨ ସୁନ୍ଦରଗଡ଼ରୁ ୩୧, ଅନୁଗୁଳରୁ ୨୭, କଟକ ୨୬, ଝାରସୁଗୁଡ଼ା ୧୭, ସମ୍ବଲପୁର ୧୪ କେନ୍ଦୁଝରରୁ ୧୨, ପୁରୀରୁ ୯ ଏବଂ ଯାଜପୁର ୮ ଜଣ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

- Advertisement -

ସେହିପରି ଗଞ୍ଜାମରୁ ୭, ନବରଙ୍ଗପୁରରୁ ୬, ବାଲେଶ୍ବର,  ଢେଙ୍କା​‌ନାଳ ଓ କୋରାପୁଟରୁ ୫ ଜଣ  ଲେଖାଁଏ, ଭଦ୍ରକ, ମୟୂରଭଞ୍ଜ ଓ ରାୟଗଡାରୁ ୪ ଜଣ  ଲେଖାଁଏ, ସୁବର୍ଣ୍ଣପୁରରୁ ୩, ବଲାଙ୍ଗୀର ଓ କେନ୍ଦ୍ରାପଡାରୁ ୨  ଜଣ ଲେଖାଁଏ, ନୟାଗଡରୁ ଜଣେ ଏବଂ ଷ୍ଟେଟ ପୁଲରୁ ୧୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୦୩ରେ ପହଞ୍ଚିଛି ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories