www.samajalive.in
Saturday, December 13, 2025
23.1 C
Bhubaneswar

ହାଇଦର ଫେରାର ଘଟଣାରେ ୬ ପୁଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ବର: ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦର ଫେରାର ହେବା ଘଟଣାରେ ପୁଲିସ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ଥିବା ପୁଲିସ କର୍ମଚାରୀଙ୍କ ଅବହେଳା ଯୋଗୁ ଏପରି ଘଟଣା ଘଟିଥିବା ଜଣାପଡ଼ିବା ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗୀୟ ତଦନ୍ତ ପରେ ସୁରକ୍ଷା ଦାୟିତ୍ବରେ ଥିବା ୬ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ହାବିଲଦାର ଏବଂ ଅନ୍ୟ ୫ ଜଣ ହେଉଛନ୍ତି କନଷ୍ଟେବଳ।

ନିଲମ୍ବିତ ହୋଇଥିବା ହାବିଲଦାର ହେଲେ ରମେଶ ଚନ୍ଦ୍ର ଦେହୁରୀ, କନଷ୍ଟେବଳ ବୁଲବୁଲ ସାହୁ, କନଷ୍ଟେବଳ ଦୀପକ ସାହୁ, ମହମ୍ମଦ ମୌସିମ, ଉମାକାନ୍ତ ବେହେରା ଓ ସୁଧାଂଶୁ ମାଝି। ଏମାନଙ୍କୁ ନିଲମ୍ବନ କରାଯାଇଥିବା ନେଇ ସମ୍ବଲପୁର ଏସପିଙ୍କ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories