www.samajalive.in
Sunday, December 7, 2025
16.1 C
Bhubaneswar

ଆଉ ୪୫୯ କରୋନା ଅକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ଟପିଲା

ଭୁବନେଶ୍ବର : ରବିବାର ରାଜ୍ୟରୁ ଆଉ ୪୫୯ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ଟପିଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୪୩, ନୂଆପଡ଼ାରୁ ୩୮, ବରଗଡ଼ରୁ ୩୨, ଝାରସୁଗୁଡ଼ାରୁ ୨୯, ଅନୁଗୁଳରୁ ୨୪, କଟକରୁ ୨୨, ବାଲେଶ୍ବର ଓ ସମ୍ବଲପୁରରୁ ୧୬ ଜଣ ଲେଖାଁଏ ଓ ବଲାଙ୍ଗୀରରୁ ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

- Advertisement -

ସେହିପରି ଗଞ୍ଜାମରୁ ୧୨, ମୟୂରଭଞ୍ଜରୁ ୧୦, ପୁରୀ ଓ ରାୟଗଡାରୁ ୯ ଜଣ  ଲେଖାଁଏ, ଯାଜପୁରରୁ ୮, ଭଦ୍ରକ, ଦେବଗଡ଼, ଗଜପତି ଓ ନବରଙ୍ଗପୁରରୁ ୫ ଜଣ  ଲେଖାଁଏ, କନ୍ଧମାଳରୁ ୪, କେନ୍ଦ୍ରାପଡା, କୋରାପୁଟ ଓ ସୁବର୍ଣ୍ଣପୁରରୁ ୨  ଜଣ ଲେଖାଁଏ ଏବଂ ଷ୍ଟେଟ ପୁଲରୁ ୧୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨ରେ ପହଞ୍ଚିଛି ।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories