www.samajalive.in
Saturday, December 13, 2025
26.1 C
Bhubaneswar

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲ୍ପଡେସ୍କ ଏବଂ ଲାଗୋ ଉନ୍ମୋଚିତ କରିଥିଲେ। ଏହି ଯୋଜନାରେ ରାଜ୍ୟର ପ୍ରାୟ ୭୦ ଲକ୍ଷ ପରିବାରର ୩.୫ କୋଟି ଲୋକ ଉପକୃତ ହେବେ। ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇ ଦିଆଯିବ। ହିତାଧିକାରୀ ପରିବାରର ମହିଳାଙ୍କୁ ବାର୍ଷିକ ୭ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇ ଦିଆଯବ। ଫଳରେ ରାଜ୍ୟର ୧.୫ କୋଟି ମହିଳା ଏହି ଯୋଜନାରେ ଉପକୃତ ହୋଇପାରିବେ। ରାଷ୍ଟ୍ରୀୟ ବୀମା ଯୋଜନା (ଆରଏସ୍‍ବିୱାଇ) ଏବଂ ବିଜୁ କୃଷକ କଲ୍ୟାଣ ଯୋଜନା (ବିକେକେୱାଇ)ରେ ପଞ୍ଜିକୃତ ସମସ୍ତ ହିତାଧିକାରୀ ବିଏସ୍‍କେୱାଇର ସାମିଲ ହୋଇଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ରାଜ୍ୟର ସ୍ୱାସ୍ଥ୍ୟ ଉପକେନ୍ଦ୍ରଠାରୁ ଆରମ୍ଭ କରି ଜିଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ଏବଂ ତାଲିକାଭୁକ୍ତ ଘରୋଇ ଡାକ୍ତରଖାନାରେ ଉପଲବ୍ଧ ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ଓ ରାଜ୍ୟର ସମସ୍ତ ସରକାରୀ ଚିକିତ୍ସାଳୟରେ ମାଗଣା ଚିକିତ୍ସା ପ୍ରଦାନ କରାଯିବ। ଏହି ଯୋଜନାର ହିତାଧିକାରୀଙ୍କୁ ଡାକ୍ତରଖାନାରେ ଓଟି, ଅସ୍ତ୍ରୋପଚାର, ଆଇସିୟୁ ସେବା ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ଏହାସହ ଆଜିଠାରୁ ଜିଲା ମୁଖ୍ୟଚିକିତ୍ସାଳୟ ମାନଙ୍କରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଲ୍ପଡେସ୍କ କାର୍ଯ୍ୟକ୍ଷମ ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories